ଦେଶରେ ତୃତୀୟ ଲହରର ହୋଇସାରିଛି କି ଏଣ୍ଟ୍ରି? ଦିନକରେ ୪୪ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଏତିକି ସଂକ୍ରମିତଙ୍କ ମୃତ୍ୟୁ
Advertisement

ଦେଶରେ ତୃତୀୟ ଲହରର ହୋଇସାରିଛି କି ଏଣ୍ଟ୍ରି? ଦିନକରେ ୪୪ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଏତିକି ସଂକ୍ରମିତଙ୍କ ମୃତ୍ୟୁ

ବଢୁଥିବା କୋରୋନା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କେରଳକୁ ଏକ ଦଳ ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭିଆ କହିଛନ୍ତି ଯେ ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ରର ନିର୍ଦ୍ଦେଶକଙ୍କ ନେତୃତ୍ୱରେ ସରକାର ୬ ଜଣିଆ ଟିମ୍ କେରଳକୁ ପଠାଉଛନ୍ତି । 

ଦେଶରେ ତୃତୀୟ ଲହରର ହୋଇସାରିଛି କି ଏଣ୍ଟ୍ରି? ଦିନକରେ ୪୪ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଏତିକି ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଦେଶରେ ପୁଣିଥରେ କୋରୋନା ମାମଲା ବଢ଼ିବାରେ ଲାଗିଛି । ଯାହା ବର୍ତ୍ତମାନ ଚିନ୍ତାର କାରଣ ପାଲଟିଛି । ଆଶଙ୍କା କରାଯାଉଛି ଯେ ଦେଶରେ ତୃତୀୟ ଲହରର ଏଣ୍ଟ୍ରି ମଧ୍ୟ ହୋଇସାରିଛି । କେରଲ ଓ କର୍ଣ୍ଣାଟକ ପରି ଦକ୍ଷିଣ ରାଜ୍ୟରେ କୋରୋନା ମାମଲା ବଢ଼ିବାରେ ଲାଗିଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ବିଗତ କିଛି ଦିନ ହେବ ଦେଶରେ ୪୦ ହଜାରରୁ ଅଧିକ କୋରୋନା ମାମଲା ସାମ୍ନାକୁ ଆସୁଛି । ଗୁରୁବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାର ୨୩୦ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୫୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଆଶ୍ୱସ୍ତିକର ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୩୬୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗତକାଲି ୧୩୧୫ ସଂକ୍ରମିତ ମାମଲା ବଢ଼ିଯାଇଛି ।

ବଢୁଥିବା କୋରୋନା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କେରଳକୁ ଏକ ଦଳ ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭିଆ କହିଛନ୍ତି ଯେ ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ରର ନିର୍ଦ୍ଦେଶକଙ୍କ ନେତୃତ୍ୱରେ ସରକାର ୬ ଜଣିଆ ଟିମ୍ କେରଳକୁ ପଠାଉଛନ୍ତି । କୋରୋନା ରୋକିବାରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହି ଦଳ ସାହାଯ୍ୟ କରିବ । ଏଥି ସହିତ କେରଳ ସରକାର ଜୁଲାଇ ୩୧ ଓ ଅଗଷ୍ଟ ୧ରେ ରାଜ୍ୟରେ ସମ୍ପୂର୍ଣ୍ଣ ତାଲା ପକାଇବାକୁ ଘୋଷଣା କରିଛନ୍ତି ।

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୫ ଲକ୍ଷ ୭୨ ହଜାର  କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୭ ଲକ୍ଷ ୪୩ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୫ ହଜାର ୧୫୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୨୩ ହଜାର ୨୧୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜୁଲାଇ ୨୯ ପର୍ଯ୍ୟନ୍ତ ସାରା ଦେଶରେ ୪୫ କୋଟି ୬୦ ଲକ୍ଷ  କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୧ ଲକ୍ଷ ୮୩ ହଜାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୬ କୋଟି ୪୬ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଲକ୍ଷ ୧୬ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଅଧିକ ପଢ଼ନ୍ତୁ:-ଝାଡଖଣ୍ଡରେ ବିଚାରପତିଙ୍କ ମୃତ୍ୟୁ ମାମଲାରେ ବଡ଼ ଖୁଲାସା, ଚୋରି ହୋଇଥିବା ଟେମ୍ପୋ ଚଢ଼େଇ କରାଇଯାଇଥିଲା ହତ୍ୟା!

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୨୮ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

୮ଟି ରାଜ୍ୟରେ ଲକଡାଉନ୍ ପରି ପ୍ରତିବନ୍ଧକ

ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

ଅଧିକ ପଢ଼ନ୍ତୁ:-'କାରରେ ବସାଇଲା ...ଚାପୁଡ଼ା ମାରିଲା...ଶେଷରେ କାଟି ଦେଲା ଗଳା', ପ୍ରସିଦ୍ଧ ହାସ୍ୟ ଅଭିନେତାଙ୍କୁ ହତ୍ୟା କରିବା ପୂର୍ବରୁ ଭିଡିଓ ଜାରି କଲା ତାଲିବାନ

୨୩ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ଲକଡାଉନ୍ 

ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ ଛତିଶଗଡ, କର୍ଣ୍ଣାଟକ, କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମପୁର ପ୍ରଦେଶ ଏବଂ ଗୁଜରାଟ ଅନ୍ତର୍ଭୁକ୍ତ ରହିଛି ।