ଦେଶରେ ତୃତୀୟ ଲହରର ହୋଇସାରିଛି କି ଏଣ୍ଟ୍ରି? ଦିନକରେ ୪୪ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଏତିକି ସଂକ୍ରମିତଙ୍କ ମୃତ୍ୟୁ
ବଢୁଥିବା କୋରୋନା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କେରଳକୁ ଏକ ଦଳ ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭିଆ କହିଛନ୍ତି ଯେ ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ରର ନିର୍ଦ୍ଦେଶକଙ୍କ ନେତୃତ୍ୱରେ ସରକାର ୬ ଜଣିଆ ଟିମ୍ କେରଳକୁ ପଠାଉଛନ୍ତି ।
ନୂଆଦିଲ୍ଲୀ: Coronavirus in India: ଦେଶରେ ପୁଣିଥରେ କୋରୋନା ମାମଲା ବଢ଼ିବାରେ ଲାଗିଛି । ଯାହା ବର୍ତ୍ତମାନ ଚିନ୍ତାର କାରଣ ପାଲଟିଛି । ଆଶଙ୍କା କରାଯାଉଛି ଯେ ଦେଶରେ ତୃତୀୟ ଲହରର ଏଣ୍ଟ୍ରି ମଧ୍ୟ ହୋଇସାରିଛି । କେରଲ ଓ କର୍ଣ୍ଣାଟକ ପରି ଦକ୍ଷିଣ ରାଜ୍ୟରେ କୋରୋନା ମାମଲା ବଢ଼ିବାରେ ଲାଗିଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ବିଗତ କିଛି ଦିନ ହେବ ଦେଶରେ ୪୦ ହଜାରରୁ ଅଧିକ କୋରୋନା ମାମଲା ସାମ୍ନାକୁ ଆସୁଛି । ଗୁରୁବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ହଜାର ୨୩୦ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୫୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଆଶ୍ୱସ୍ତିକର ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୩୬୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗତକାଲି ୧୩୧୫ ସଂକ୍ରମିତ ମାମଲା ବଢ଼ିଯାଇଛି ।
ବଢୁଥିବା କୋରୋନା ମାମଲାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କେରଳକୁ ଏକ ଦଳ ପଠାଇବାକୁ ନିଷ୍ପତ୍ତି ନେଇଛନ୍ତି । କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ମାନସୁଖ ମାଣ୍ଡଭିଆ କହିଛନ୍ତି ଯେ ଜାତୀୟ ରୋଗ ନିୟନ୍ତ୍ରଣ କେନ୍ଦ୍ରର ନିର୍ଦ୍ଦେଶକଙ୍କ ନେତୃତ୍ୱରେ ସରକାର ୬ ଜଣିଆ ଟିମ୍ କେରଳକୁ ପଠାଉଛନ୍ତି । କୋରୋନା ରୋକିବାରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ଏହି ଦଳ ସାହାଯ୍ୟ କରିବ । ଏଥି ସହିତ କେରଳ ସରକାର ଜୁଲାଇ ୩୧ ଓ ଅଗଷ୍ଟ ୧ରେ ରାଜ୍ୟରେ ସମ୍ପୂର୍ଣ୍ଣ ତାଲା ପକାଇବାକୁ ଘୋଷଣା କରିଛନ୍ତି ।
ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୫ ଲକ୍ଷ ୭୨ ହଜାର କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୭ ଲକ୍ଷ ୪୩ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୫ ହଜାର ୧୫୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୨୩ ହଜାର ୨୧୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜୁଲାଇ ୨୯ ପର୍ଯ୍ୟନ୍ତ ସାରା ଦେଶରେ ୪୫ କୋଟି ୬୦ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୧ ଲକ୍ଷ ୮୩ ହଜାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୬ କୋଟି ୪୬ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଲକ୍ଷ ୧୬ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।
ଅଧିକ ପଢ଼ନ୍ତୁ:-ଝାଡଖଣ୍ଡରେ ବିଚାରପତିଙ୍କ ମୃତ୍ୟୁ ମାମଲାରେ ବଡ଼ ଖୁଲାସା, ଚୋରି ହୋଇଥିବା ଟେମ୍ପୋ ଚଢ଼େଇ କରାଇଯାଇଥିଲା ହତ୍ୟା!
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୨୮ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।
୮ଟି ରାଜ୍ୟରେ ଲକଡାଉନ୍ ପରି ପ୍ରତିବନ୍ଧକ
ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।
ଅଧିକ ପଢ଼ନ୍ତୁ:-'କାରରେ ବସାଇଲା ...ଚାପୁଡ଼ା ମାରିଲା...ଶେଷରେ କାଟି ଦେଲା ଗଳା', ପ୍ରସିଦ୍ଧ ହାସ୍ୟ ଅଭିନେତାଙ୍କୁ ହତ୍ୟା କରିବା ପୂର୍ବରୁ ଭିଡିଓ ଜାରି କଲା ତାଲିବାନ
୨୩ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ଲକଡାଉନ୍
ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ ଛତିଶଗଡ, କର୍ଣ୍ଣାଟକ, କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମପୁର ପ୍ରଦେଶ ଏବଂ ଗୁଜରାଟ ଅନ୍ତର୍ଭୁକ୍ତ ରହିଛି ।