କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୩୧୮ ସଂକ୍ରମିତ
Advertisement

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୩୧୮ ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୬୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୩୧୮ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ ବିଗତ ୨ ଦିନ ଧରି ୩୦ ହଜାରରୁ ଉର୍ଦ୍ଧ୍ୱ କୋରୋନା ଭୂତାଣୁ ମାମଲା ସାମ୍ନାକୁ ଆସୁଛି । ସେପଟେ ଭଲ ଖବର ଏହା ଯେ ଦେଶରେ କୋରୋନାର ସକ୍ରିୟ ମାମଲା ହ୍ରାସ ଘଟି ୩ ଲକ୍ଷରେ ପହଞ୍ଚିଛି । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧ ହଜାର ୩୮୨ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨,୫୪୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୧୪୭୮ ସଂକ୍ରମିତ ମାମଲାରେ ହ୍ରାସ ଘଟିଛି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୬୮୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୫ ଲକ୍ଷ ୭୯ ହଜାର ୩୧୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୪,୧୯୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୫ ଲକ୍ଷ ୯୪ ହଜାର ୮୦୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୮ ଲକ୍ଷ ୪୮ ହଜାର ୨୭୩ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୧୬୨ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୬ ହଜାର ୩୬୮ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୨୩ ପର୍ଯ୍ୟନ୍ତ ସାରା ଦେଶରେ ୮୪ କୋଟି ୧୫ ଲକ୍ଷ  ୧୮ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୨ ଲକ୍ଷ ୨୦ ହଜାର କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୬ କୋଟି କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୯୦ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ତୈଳ ଦରରେ ବୃଦ୍ଧି, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଅଧିକ ପଢ଼ନ୍ତୁ:-ଜାତିସଂଘରେ ତାଲିବାନକୁ ବସାଇବାର ଦାବି ପଛରେ ପାକିସ୍ତାନର ହାତ, ଭାରତ ଏପରି ପଣ୍ଡ କଲା ପ୍ଲାନ୍

ଅଧିକ ପଢ଼ନ୍ତୁ:-କନ୍ୟାଦାନ ପରମ୍ପରା: ଭାରତୀୟ ବୈବାହିକ ରୀତିନୀତିକୁ ଚ୍ୟାଲେଞ୍ଜ କରୁଛି ଏସବୁ ବିଜ୍ଞାପନ