ପୁଣି କୋରୋନା ମାମଲାରେ ବୃଦ୍ଧି, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ
Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ପୁଣି ବୃଦ୍ଧି ଘଟିଛି । ଗତକାଲି ଦେଶରେ ୨୦ ହଜାରରୁ ଉର୍ଦ୍ଧ୍ୱ କୋରୋନା ଭୂତାଣୁ ମାମଲା ସାମ୍ନାକୁ ଆସିଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩ ହଜାର ୫୨୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟର
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ପୁଣି ବୃଦ୍ଧି ଘଟିଛି । ଗତକାଲି ଦେଶରେ ୨୦ ହଜାରରୁ ଉର୍ଦ୍ଧ୍ୱ କୋରୋନା ଭୂତାଣୁ ମାମଲା ସାମ୍ନାକୁ ଆସିଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩ ହଜାର ୫୨୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮,୭୧୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୭ ଲକ୍ଷ ୩୯ ହଜାର ୯୮୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୦ ଲକ୍ଷ ୧୪ ହଜାର ୮୯୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୨ ଲକ୍ଷ ୭୭ ହଜାର ୨୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୮ ହଜାର ୬୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୨୯ ପର୍ଯ୍ୟନ୍ତ ସାରା ଦେଶରେ ୮୮ କୋଟି ୩୪ ଲକ୍ଷ ୭୦ ହଜାର ୫୭୮ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୫ ଲକ୍ଷ ୩୪ ହଜାର ୩୦୬ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୬ କୋଟି ୮୯ ଲକ୍ଷ ୫୬ ହଜାର ୪୩୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫ ଲକ୍ଷ ୬ ହଜାର ୨୫୪ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।
ସେପଟେ ଦକ୍ଷିଣର କେରଳରୁ ଦେଶର ସମସ୍ତ ରାଜ୍ୟ ତୁଳନାରେ ସର୍ବାଧିକ ସଂଖ୍ୟକ କୋରୋନା ମାମଲା ସାମ୍ନାକୁ ଆସୁଛି । ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ ୧୨ ହଜାର ୧୬୧ କୋରୋନା ଭୂତାଣୁ ମାମଲା ଚିହ୍ନଟ ହୋଇଛି । ଏହି ସମୟରେ ୧୫୫ ଜଣଙ୍କର ମୃତ୍ୟୁ ହୋଇଛି । ଗତକାଲି କେରଳରେ ୧୭ ହଜାର ୮୬୨ ଲୋକ ମଧ୍ୟ ଆରୋଗ୍ୟ ଲାଭ କରିଛନ୍ତି । ବର୍ତ୍ତମାନ ରାଜ୍ୟରେ ସକ୍ରିୟ ମାମଲା ସଂଖ୍ୟା ଏକ ଲକ୍ଷ ୪୩ ହଜାର ୫୦୦କୁ ହ୍ରାସ ପାଇଛି । ଅନ୍ୟପଟେ ଏପର୍ଯ୍ୟନ୍ତ ୨୪ ହଜାର ୯୬୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।
ଅଧିକ ପଢ଼ନ୍ତୁ:-କ୍ୟାପଟେନଙ୍କ ପତ୍ନୀ ହୋଇପାରନ୍ତି ପଞ୍ଜାବ କଂଗ୍ରେସର ଅଧ୍ୟକ୍ଷ, ସିଦ୍ଧୁଙ୍କୁ ମନେଇବେନି ହାଇକମାଣ୍ଡ!
ଅଧିକ ପଢ଼ନ୍ତୁ:-ଶାହ ଓ କ୍ୟାପଟେନଙ୍କ ସାକ୍ଷତକୁ ନେଇ କ’ଣ କହିଲା କଂଗ୍ରେସ?
ଅଧିକ ପଢ଼ନ୍ତୁ:-ସାଧାରଣ ଜନତାଙ୍କୁ ଝଟକା! ପୁଣି ବଢ଼ିଲା ପେଟ୍ରୋଲ-ଡିଜେଲ ଦର, ଜାଣନ୍ତୁ କ'ଣ ରହିଛି ଆଜି ରେଟ୍