ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ସଙ୍କଟ କମିବାର ନାଁ ନେଉନାହିଁ । ଗତ ୨୪ ଘଣ୍ଟାରେ କୋରୋନା ମାମଲାରେ ପୁଣି ବୃଦ୍ଧି ରେକର୍ଡ କରାଯାଇଛି । ଆଜି ପୁଣି ୩୦ ହଜାରରୁ ଉର୍ଦ୍ଧ୍ୱ କୋରୋନା ମାମଲା ସାମ୍ନାକୁ ଆସିଛି । ସେପଟେ କେରଳ ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କୋରୋନା ମାମଲା ସର୍ବାଧିକ ଚିହ୍ନଟ ହେଉଛି । ବୁଧବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭ ହଜାର ୫୯୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୪୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୪,୧୬୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୨୭୭୬ ସଂକ୍ରମିତ ମାମଲା ବଢ଼ିଯାଇଛି । 


COMMERCIAL BREAK
SCROLL TO CONTINUE READING

ବୁଧବାର କେରଳରେ କୋଭିଡ-19ର ୨୪,୨୯୬ ନୂଆ ମାମଲା ଆସିବା ପରେ କୋରୋନା ସଂକ୍ରମିତଙ୍କ ମୋଟ ସଂଖ୍ୟା ୩୮ ଲକ୍ଷ ୫୧ ହଜାର ୯୮୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୭୩ ରୋଗୀଙ୍କ ମୃତ୍ୟୁ ହେତୁ ମୃତ୍ୟୁ ସଂଖ୍ୟା ୧୯,୭୫୭ରେ ପହଞ୍ଚିଛି । କେରଳରେ ମେ ୨୬ ପରେ ଏହା ଦ୍ୱିତୀୟ ଥର ପାଇଁ ଗୋଟିଏ ଦିନରେ ୨୪ ହଜାରରୁ ଅଧିକ ମାମଲା ଚିହ୍ନଟ ହୋଇଛି । ମେ ୨୬ରେ ୨୮,୭୯୮  କୋରୋନା ମାମଲା ଚିହ୍ନଟ ହୋଇଥିଲା ।


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୫ ଲକ୍ଷ ୧୨ ହଜାର ୩୬୬ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୭ ଲକ୍ଷ ୫୪ ହଜାର ୨୮୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୨୨ ହଜାର ୩୨୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୫ ହଜାର ୭୫୮ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଅଗଷ୍ଟ ୨୪ ପର୍ଯ୍ୟନ୍ତ ସାରା ଦେଶରେ ୫୯ କୋଟି ୫୫ ଲକ୍ଷ ୪ ହଜାର ୫୯୩ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୧ ଲକ୍ଷ ୯୦ ହଜାର ୯୩୦ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୧ କୋଟି ୧୧ ଲକ୍ଷ ୮୪ କୋରୋନା ୫୪୭ ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୭ ଲକ୍ଷ ୯୨ ହଜାର ୭୫୫ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।


ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୯୮ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।


ଅଧିକ ପଢ଼ନ୍ତୁ:-ତାଲିବାନକୁ ମାନ୍ୟତା ଦେବାରେ ଲାଗିଛି ଚୀନ୍-ପାକିସ୍ତାନ, ବିଶେଷଜ୍ଞ ଦେଲେ ଚେତାବନୀ


ଅଧିକ ପଢ଼ନ୍ତୁ:-ସୈନ୍ୟ ଅପସାରଣକୁ ନେଇ ବେକଫୁଟରେ ବାଇଡେନ, ବର୍ତ୍ତମାନ ତାଲିବାନ ବିରୋଧରେ ଏହି ଆକ୍ସନ ନେବ ଆମେରିକା


ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍ ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍ଅ