ପୁଣି ବଢ଼ିଲା କୋରୋନା ମାମଲା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୪,୯୭୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । ସେହିପରି ଦେଶରେ ମୃତ୍ୟୁ ମାମଲାରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୨୮୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩୭ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୯୪୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨,୧୦୩ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୪,୯୭୨ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୯ ହଜାର ୬୭୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୭୦ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୮,୦୪୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୯୭୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୧୮,୨୭୯ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୫୨,୭୧୦ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୫ ଲକ୍ଷ ୩୫ ହଜାର ୭୬୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୯ ଲକ୍ଷ ୫୭ ହଜାର ୬୯୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୧୧ ହଜାର ୪୮୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୬ ହଜାର ୫୮୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଏହା ବି ପଢ଼ନ୍ତୁ:-ଅଶୋଧିତ ତୈଳ ମୂଲ୍ୟରେ ହ୍ରାସ, ଜାଣନ୍ତୁ ଆପଣଙ୍କ ସହରରେ ଶସ୍ତା ନା ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ
ଏହା ବି ପଢ଼ନ୍ତୁ:-ନିର୍ବାଚନ ପୂର୍ବରୁ ମୋଦି ସରକାରଙ୍କ ବଡ଼ ପଦକ୍ଷେପ, ପୁଣି ହ୍ରାସ ପାଇବ ପେଟ୍ରୋଲ-ଡିଜେଲ ଦର!
ଏହା ବି ପଢ଼ନ୍ତୁ:-ଟେଷ୍ଟ ସିରିଜ ପୂର୍ବରୁ ଦ୍ରାବିଡଙ୍କ 'ମାଷ୍ଟର ଷ୍ଟ୍ରୋକ', ଓପନରଙ୍କୁ ବନେଇଲେ ମିଡିଲ୍ ଅର୍ଡର ବ୍ୟାଟ୍ସମ୍ୟାନ୍!
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୨୩ ପର୍ଯ୍ୟନ୍ତ ସାରା ଦେଶରେ ୧୧୮ କୋଟି ୪୪ ଲକ୍ଷ ୨୩ ହଜାର ୫୭୩ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୬ ଲକ୍ଷ ୫୮ ହଜାର ୨୦୩ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୩ କୋଟି ୪୬ ଲକ୍ଷ ୪୬ ହଜାର ୯୩୬ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୫୭ହଜାର ୬୯୭ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।