ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ଆଖି ବୁଜିଲେ ୪୮୩ ସଂକ୍ରମିତ
Advertisement
Article Detail0/zeeodisha/odisha948385

ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ଆଖି ବୁଜିଲେ ୪୮୩ ସଂକ୍ରମିତ

ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୨ ଲକ୍ଷ ୯୩ ହଜାର ୬୨ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪ ଲକ୍ଷ ୬୮ ହଜାର ୭୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । 

ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ଆଖି ବୁଜିଲେ ୪୮୩ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁର ପ୍ରକୋପ ଏପର୍ଯ୍ୟନ୍ତ ଶେଷ ହୋଇନାହିଁ । ପ୍ରତିଦିନ ପ୍ରାୟ ୪୦ ହଜାର  କୋରୋନା ମାମଲା ସାମ୍ନାକୁ ଆସୁଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫ ହଜାର ୩୪୨ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୮୩ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮,୭୪୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୨ ଲକ୍ଷ ୯୩ ହଜାର ୬୨ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪ ଲକ୍ଷ ୬୮ ହଜାର ୭୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୫ ହଜାର ୫୧୩ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୧୯ ହଜାର ୪୭୦ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ଶରୀରରେ ରକ୍ତ ଅଭାବକୁ ଦୂର କରିଥାଏ ଖଜୁରୀ, ଜାଣନ୍ତୁ ଏହାର ଅନ୍ୟାନ୍ୟ ଉପକାର

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଜୁଲାଇ ୨୨ ପର୍ଯ୍ୟନ୍ତ ସାରା ଦେଶରେ ୪୨ କୋଟି ୩୪ ଲକ୍ଷ ୧୭ ହଜାର ୦୩୦ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪ ଲକ୍ଷ ୭୪ ହଜାର ୪୨୩ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୫ କୋଟି ୨୯ ଲକ୍ଷ ୩୯ ହଜାର ୫୪୫ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬ ଲକ୍ଷ ୬୮ ହଜାର ୫୬୧ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ କମ୍ ରହିଛି ।

ଅଧିକ ପଢ଼ନ୍ତୁ:-ମନ୍ଦିରରୁ ଜୋତା କିମ୍ବା ଚପଲ ଚୋରି ହେବା ହୋଇଥାଏ ଅତ୍ୟନ୍ତ ଶୁଭ! ଜାଣନ୍ତୁ କାହିଁକି ...

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୩୦ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

୮ଟି ରାଜ୍ୟରେ ଲକଡାଉନ୍ ପରି ପ୍ରତିବନ୍ଧକ

ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

୨୩ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ଲକଡାଉନ୍ 

ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ ଛତିଶଗଡ, କର୍ଣ୍ଣାଟକ, କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମପୁର ପ୍ରଦେଶ ଏବଂ ଗୁଜରାଟ ଅନ୍ତର୍ଭୁକ୍ତ ରହିଛି ।