କୋରୋନାକୁ ନେଇ ଆସିଲା ଆଶ୍ୱସ୍ତିକର ଖବର
Advertisement
Article Detail0/zeeodisha/odisha951179

କୋରୋନାକୁ ନେଇ ଆସିଲା ଆଶ୍ୱସ୍ତିକର ଖବର

 ରବିବାର ଦେଶରେ ୩୯,୩୬୧ କୋରୋନା ମାମଲା ଚିହ୍ନଟ ହୋଇଥିଲା । ଏହି ସମୟ ମଧ୍ୟରେ ୩୫,୯୬୮ ଲୋକ ସୁସ୍ଥ ହୋଇଥିଲେ । ଏହାସହ ୪୧୬ ଜଣ ମୃତ୍ୟୁ ବରଣ କରିଥିଲେ । 

କୋରୋନାକୁ ନେଇ ଆସିଲା ଆଶ୍ୱସ୍ତିକର ଖବର

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ମାମଲାରେ ସୋମବାର ହ୍ରାସ ରେକର୍ଡ କରାଯାଇଛି । ଏହାସହ ପ୍ରାୟ ଦିନ ୫ ଶହ ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି । ବିଗତ କିଛି ଦିନ ଧରି ଦେଶରେ ପ୍ରତିଦିନ ପ୍ରାୟ ୪୦ ହଜାର  କୋରୋନା ମାମଲା ସାମ୍ନାକୁ ଆସୁଥିଲା । ମଙ୍ଗଳବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯ ହଜାର ୬୮୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହାସହ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨,୩୬୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୧୩,୦୮୯ ମାମଲାରେ ହ୍ରାସ ଘଟିଛି । ସେପଟେ ରବିବାର ଦେଶରେ ୩୯,୩୬୧ କୋରୋନା ମାମଲା ଚିହ୍ନଟ ହୋଇଥିଲା । ଏହି ସମୟ ମଧ୍ୟରେ ୩୫,୯୬୮ ଲୋକ ସୁସ୍ଥ ହୋଇଥିଲେ । ଏହାସହ ୪୧୬ ଜଣ ମୃତ୍ୟୁ ବରଣ କରିଥିଲେ । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୪ ଲକ୍ଷ ୪୦ ହଜାର ୯୫୧ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୬ ଲକ୍ଷ ୨୧ ହଜାର ୪୬୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୯୮ ହଜାର ୧୦୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୨୧ ହଜାର ୩୮୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ଅଶୋଧିତ ତୈଳ ମୂଲ୍ୟରେ ପୁଣି ଥରେ ଲାଗିଛି ନିଆଁ, ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଜୁଲାଇ ୨୬ ପର୍ଯ୍ୟନ୍ତ ସାରା ଦେଶରେ ୪୪ କୋଟି ୧୯ ଲକ୍ଷ ୧୨ ହଜାର ୩୯୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୬ ଲକ୍ଷ ୩ ହଜାର ୧୧୨ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୫ କୋଟି ୯୧ ଲକ୍ଷ ୬୪ ହଜାର ୧୨୧ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଲକ୍ଷ ୨୦ ହଜାର ୧୧୦ କୋରୋନା ନମୁନା ପରୀକ୍ଷା କରାଯାଇଛି । 

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୩୦ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ଆୟୁର୍ବେଦ ଅନୁଯାୟୀ, ଖାଦ୍ୟ ଖାଇବା ପରେ ତୁରନ୍ତ କରନ୍ତୁ ନାହିଁ ଏହି ୬ଟି କାମ

୮ଟି ରାଜ୍ୟରେ ଲକଡାଉନ୍ ପରି ପ୍ରତିବନ୍ଧକ

ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

ଅଧିକ ପଢ଼ନ୍ତୁ:-ରୁଦ୍ରାକ୍ଷ ପିନ୍ଧିବାରୁ ମିଳିଥାଏ ଏହି ଜବରଦସ୍ତ ଲାଭ, ସନ୍ତାନହୀନ ମହିଳା ପାଆନ୍ତି ସନ୍ତାନର ସୁଖ!

୨୩ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ଲକଡାଉନ୍ 

ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ ଛତିଶଗଡ, କର୍ଣ୍ଣାଟକ, କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମପୁର ପ୍ରଦେଶ ଏବଂ ଗୁଜରାଟ ଅନ୍ତର୍ଭୁକ୍ତ ରହିଛି ।