ଦେଶରେ ଦିନକରେ ଚିହ୍ନଟ ହେଲା ପ୍ରାୟ ୪୦ ହଜାର ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement
Article Detail0/zeeodisha/odisha964537

ଦେଶରେ ଦିନକରେ ଚିହ୍ନଟ ହେଲା ପ୍ରାୟ ୪୦ ହଜାର ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: ଭାରତରେ କୋରୋନା ଭୂତାଣୁର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଛି । ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୬୬୭ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୭୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪

ଦେଶରେ ଦିନକରେ ଚିହ୍ନଟ ହେଲା ପ୍ରାୟ ୪୦ ହଜାର ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଭାରତରେ କୋରୋନା ଭୂତାଣୁର ଦ୍ୱିତୀୟ ଲହରର ପ୍ରକୋପ ଜାରି ରହିଛି । ଶନିବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୬୬୭ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୭୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦,୧୨୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୨୪୪୬ ସଂକ୍ରମିତ ମାମଲା ହ୍ରାସ ଘଟିଛି । 

ଶୁକ୍ରବାର କେରଳରେ ୨୦,୪୫୨ ନୂତନ ମାମଲା ରିପୋର୍ଟ ହୋଇଛି ଓ ୧୧୪ ଜଣଙ୍କର ମୃତ୍ୟୁ ଘଟିଛି । ଏହି କାରଣରୁ ରାଜ୍ୟରେ ମୋଟ ମାମଲା ୩୬ ଲକ୍ଷ ୫୨ ହଜାର ୯୦କୁ ବୃଦ୍ଧି ପାଇଛି ଓ ମୋଟ ମୃତ୍ୟୁ ସଂଖ୍ୟା ୧୮,୩୯୪କୁ ବୃଦ୍ଧି ପାଇଛି । ଶୁକ୍ରବାର ୧୬,୮୫୬ ଜଣ ଲୋକ ଆରୋଗ୍ୟ ଲାଭ କରିଛନ୍ତି । ଯାହା ପରେ ରାଜ୍ୟରେ ମୋଟ ଆରୋଗ୍ୟ ପ୍ରାପ୍ତ ବ୍ୟକ୍ତିଙ୍କ ସଂଖ୍ୟା ୩୪ ଲକ୍ଷ ୫୩ ହଜାର ୧୭୪କୁ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ୧ ଲକ୍ଷ ୮୦ ହଜାର ଲୋକ ଚିକିତ୍ସିତ ହେଉଛନ୍ତି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୧ ଲକ୍ଷ ୫୬ ହଜାର ୪୯୩  କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୩ ଲକ୍ଷ ୩୮ ହଜାର ୮୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୮୭ ହଜାର ୬୭୩ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୦ ହଜାର ୭୩୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ଦେଶରେ ପୁଣି ଦିନକରେ ଚିହ୍ନଟ ହେଲା ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

ଅଧିକ ପଢ଼ନ୍ତୁ:-ରେଳ ଯାତ୍ରୀଙ୍କ ପାଇଁ ଗୁଡ୍ ନ୍ୟୁଜ୍! ଟ୍ରାକରେ ପୁଣି ଦୌଡ଼ିବ ଅଣ ସଂରକ୍ଷିତ ଟ୍ରେନ, ଦେଖନ୍ତୁ ସମ୍ପୂର୍ଣ୍ଣ ତାଲିକା

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅଗଷ୍ଟ ୧୩ ପର୍ଯ୍ୟନ୍ତ ସାରା ଦେଶରେ ୫୩ କୋଟି ୬୧ ଲକ୍ଷ ୮୯ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୩ ଲକ୍ଷ ୮୦ ହଜାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୯ କୋଟି ୧୭ ଲକ୍ଷ ୫୭୭ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୨୨ ଲକ୍ଷ ୨୯ ହଜାର ୭୯୮ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୨୦ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଏକାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।