କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍
Advertisement
Article Detail0/zeeodisha/odisha1033251

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୩,୬୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ସେହିପରି ଦେଶରେ ମୃତ୍ୟୁ ମାମଲାରେ ମଧ୍ୟ ହ୍ରାସ ଘଟିବାରେ ଲାଗିଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୫୭୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩୬ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨,୨୦୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୪୮୫୯ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୩,୬୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୦୪ ହଜାର ୭୦୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮୦ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୭,୬୭୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୫୧୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୧୨,୩୦୧ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୫୪,୦୯୧ କୋରୋନାର ସକ୍ରିୟ ମାମଲା ରହିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୫ ଲକ୍ଷ ୨୬ ହଜାର ୪୮୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୯ ଲକ୍ଷ ୪୬ ହଜାର ୭୪୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୧୩ ହଜାର ୫୮୪ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୬ ହଜାର ୧୪୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୨୨ ପର୍ଯ୍ୟନ୍ତ ସାରା ଦେଶରେ ୧୧୭ କୋଟି ୬୩ ଲକ୍ଷ ୭୩ ହଜାର ୪୯୯ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୧ ଲକ୍ଷ ୯୨ ହଜାର ୧୫୪ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୩ କୋଟି ୩୪ ଲକ୍ଷ ୮୯ ହଜାର ୨୩୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯ ଲକ୍ଷ ୬୪ ହଜାର ୬୮୦ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୫ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୩୪ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଏହା ବି ପଢ଼ନ୍ତୁ:-ଖୁସି ଖବର! ବଢ଼ିପାରେ ଅବସର ବୟସ ଓ ପେନସନ ରାଶି, ଜାଣନ୍ତୁ ମୋଦି ସରକାରଙ୍କ ଏହି ନୂଆ ଯୋଜନା ବିଷୟରେ...

ଏହା ବି ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ଏହା ବି ପଢ଼ନ୍ତୁ:-ଭାରତର ଏହି ଯୁଦ୍ଧ ବିମାନକୁ କ'ଣ ପାଇଁ ଡରନ୍ତି ଚୀନ ଓ ପାକ୍, ସ୍ପିଡରେ F-16 କୁ ଦେଇଥାଏ ମାତ୍, ଜାଣନ୍ତୁ ଏହାର ଅନ୍ୟାନ୍ୟ ବିଶେଷତା

ଏହା ବି ପଢ଼ନ୍ତୁ:-ଶୀତ ଦିନେ କିପରି ନେବେ ସ୍ଵାସ୍ଥ୍ୟର ଯତ୍ନ, ଜାଣନ୍ତୁ ୧୦ଟି ସହଜ ଟିପ୍ସ

ଏହା ବି ପଢ଼ନ୍ତୁ:-ଆଦେଶ ଜାରି ହେବା ସତ୍ତ୍ୱେ SBI ଫେରାଉନି ଆକାଉଣ୍ଟଧାରୀଙ୍କ ଠାରୁ ଆଦାୟ କରିଥିବା ୧୬୪ କୋଟି ଟଙ୍କା

ଏହା ବି ପଢ଼ନ୍ତୁ:-ଏହି ରାଜ୍ୟର ରାସନ କାର୍ଡଧାରୀଙ୍କ ପାଇଁ ଜରୁରୀ ଖବର! ବର୍ତ୍ତମାନ ରାସନ ନେବା ପାଇଁ ଦେଖାଇବାକୁ ପଡ଼ିବ ଏହି ସାର୍ଟିଫିକେଟ୍, ନଚେତ୍ ମିଳିବନି ଖାଦ୍ୟ ଶସ୍ୟ