ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୩୦୯ ସଂକ୍ରମିତଙ୍କ ମୃତ୍ୟୁ
Advertisement

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୩୦୯ ସଂକ୍ରମିତଙ୍କ ମୃତ୍ୟୁ

Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୩୨୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୪ ଲକ୍ଷ ୮୮ ହଜାର ୮୪୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୩,୪୩୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ୩୦୯ ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲା ଗୋଟିଏ ଦିନରେ ପୁଣିଥରେ ୩୦ ହଜାରରୁ ଅଧିକ ସାମ୍ନାକୁ ଆସିଛି । ରବିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ୭୭୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮,୯୪୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୮,୪୮୧ ସଂକ୍ରମିତ ମାମଲାରେ ହ୍ରାସ ଘଟିଛି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୩୨୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୪ ଲକ୍ଷ ୮୮ ହଜାର ୮୪୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪୩ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୩,୪୩୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୪ ଲକ୍ଷ ୪୮ ହଜାର ୧୬୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୬ ଲକ୍ଷ ୭୧ ହଜାର ୧୬୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୩୨ ହଜାର ୧୫୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୪ ହଜାର ୮୩୮ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୧୮ ପର୍ଯ୍ୟନ୍ତ ସାରା ଦେଶରେ ୮୦ କୋଟି ୪୩ ଲକ୍ଷ  ୭୨ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୪ ଲକ୍ଷ ୪୨ ହଜାର କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୫ କୋଟି ୨୩ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୫ ଲକ୍ଷ ୫୯ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୦୨ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ନଭେମ୍ବର ୩୦ ସୁଦ୍ଧା ପ୍ରତ୍ୟେକ ଆକାଉଣ୍ଟଧାରୀଙ୍କୁ ମିଳିବ ୫ ଲକ୍ଷ ଟଙ୍କା! କ'ଣ ଆପଣଙ୍କର ମଧ୍ୟ ଅଛି କି ଏସବୁ ବ୍ୟାଙ୍କରେ ଖାତା

ଅଧିକ ପଢ଼ନ୍ତୁ:-ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆପଣଙ୍କ ସହରରେ ଶସ୍ତା ନା ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ

ଅଧିକ ପଢ଼ନ୍ତୁ:-କ'ଣ ଆପଣ ମଧ୍ୟ ମହିଳାଙ୍କୁ ସ୍ୱପ୍ନରେ ଏପରି କାର୍ଯ୍ୟ କରୁଥିବାର ଦେଖନ୍ତି? ତେବେ ଏହା ଶୁଭ ସଙ୍କେତ