ଦେଶରେ ହୋଇସାରିଛି ତୃତୀୟ ଲହରର ଏଣ୍ଟ୍ରି? ପୁଣି ଦିନକରେ ଚିହ୍ନଟ ହେଲା ୪୫ ହଜାରରୁ ଅଧିକ ମାମଲା, ମୃତ୍ୟୁ ବରଣ କଲେ ଏତିକି ସଂକ୍ରମିତ
Advertisement

ଦେଶରେ ହୋଇସାରିଛି ତୃତୀୟ ଲହରର ଏଣ୍ଟ୍ରି? ପୁଣି ଦିନକରେ ଚିହ୍ନଟ ହେଲା ୪୫ ହଜାରରୁ ଅଧିକ ମାମଲା, ମୃତ୍ୟୁ ବରଣ କଲେ ଏତିକି ସଂକ୍ରମିତ

Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୩୨,୦୯୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୧ ଲକ୍ଷ ୨୨ ହଜାର ୧୩୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୮ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧,୧୪୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । କେରଳରେ ସଂକ୍ରମଣ ଦର ୧୮.୪୧ ପ୍ରତିଶତ ହୋଇଯାଇଛି ।

ଦେଶରେ ହୋଇସାରିଛି ତୃତୀୟ ଲହରର ଏଣ୍ଟ୍ରି? ପୁଣି ଦିନକରେ ଚିହ୍ନଟ ହେଲା ୪୫ ହଜାରରୁ ଅଧିକ ମାମଲା, ମୃତ୍ୟୁ ବରଣ କଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ ଲଗାତର କୋରୋନା ମାମଲାରେ ବୃଦ୍ଧି ରେକର୍ଡ କରାଯାଉଛି । ଯାହା ଫଳରେ ଦେଶରେ କୋରୋନାର ସକ୍ରିୟ ମାମଲାରେ ମଧ୍ୟ ବୃଦ୍ଧି ଘଟିବାରେ ଲାଗିଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୫ ହଜାର ୩୫୨ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୪,୭୯୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୧୦,୧୯୫ ସଂକ୍ରମିତ ମାମଲାରେ ବୃଦ୍ଧି ଘଟିଛି । ଏହା ପୂର୍ବରୁ ଗୋଟିଏ ଦିନରେ ୪୭,୦୯୨ ସଂକ୍ରମିତ ଚିହ୍ନଟ ହୋଇଥିଲା ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୩୨,୦୯୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୧ ଲକ୍ଷ ୨୨ ହଜାର ୧୩୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୮ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୧,୧୪୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । କେରଳରେ ସଂକ୍ରମଣ ଦର ୧୮.୪୧ ପ୍ରତିଶତ ହୋଇଯାଇଛି ।

ବର୍ତ୍ତମାନ ରିକଭରୀ ଅପେକ୍ଷା ଦେଶରେ ଅଧିକ ନୂତନ କୋରୋନା ମାମଲା ସାମ୍ନାକୁ ଆସୁଛି, ଯେଉଁ କାରଣରୁ ସକ୍ରିୟ ମାମଲା ବଢୁଛି । କୋରୋନା ସକ୍ରିୟ ମାମଲା ସଂଖ୍ୟା ବର୍ତ୍ତମାନ ଚାରି ଲକ୍ଷକୁ ବୃଦ୍ଧି ପାଇଛି । ଏହି ପରିପ୍ରେକ୍ଷୀରେ ଭାରତ ବର୍ତ୍ତମାନ ସପ୍ତମ ସ୍ଥାନକୁ ଆସିଛି ।

ଅଧିକ ପଢ଼ନ୍ତୁ:-କିଏ ହେବ ତାଲିବାନ ସରକାରର ମୁଖ୍ୟ? ରେସରେ ସବୁଠାରୁ ଆଗରେ ରହିଛି ଏହି ନାଁ

ଅଧିକ ପଢ଼ନ୍ତୁ:-ତାଲିବାନକୁ ଠକି ଦେଲା ଆମେରିକା!

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୯ ଲକ୍ଷ ୩ ହଜାର ୨୮୯ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୦ ଲକ୍ଷ ୬୩ ହଜାର ୬୧୬ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୯୯ ହଜାର ୭୭୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୩୯ ହଜାର ୮୯୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ସେପ୍ଟେମ୍ୱର ୨ ପର୍ଯ୍ୟନ୍ତ ସାରା ଦେଶରେ ୬୭ କୋଟି ୯ ଲକ୍ଷ ୫୯ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୪ ଲକ୍ଷ ୮୪ ହଜାର କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୨ କୋଟି ୬୫ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୬ ଲକ୍ଷ ୬୬ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୯ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।