ଶେଷ ହେଲା କୋରୋନାର ତୃତୀୟ ଲହର! ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୩୪୭ ସଂକ୍ରମିତ
Advertisement
Article Detail0/zeeodisha/odisha1098560

ଶେଷ ହେଲା କୋରୋନାର ତୃତୀୟ ଲହର! ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୩୪୭ ସଂକ୍ରମିତ

Coronavirus in India: ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୪ କୋଟି ୨୬ ଲକ୍ଷ ୯୨ ହଜାର ୯୪୩ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୪ କୋଟି ୧୭ ଲକ୍ଷ ୬୦ ହଜାର ୪୫୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୨୩ ହଜାର ୧୨୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୫ ଲକ୍ଷ ୯ ହଜାର ୩୫୮ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଶେଷ ହେଲା କୋରୋନାର ତୃତୀୟ ଲହର! ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୩୪୭ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁର ତୃତୀୟ ଲହର ଶେଷ ହେବାରେ ଲାଗିଛି । ଗତକାଲି ଅପେକ୍ଷା ଆଜି କୋରୋନା ମାମଲାରେ ହ୍ରାସ ଦେଖାଦେଇଛି । ଲଗାତର ତୃତୀୟ ଦିନ ଦେଶରେ ୫୦ ହଜାରରୁ କମ୍ ମାମଲା ସାମ୍ନାକୁ ଆସିଛି । ଏହାସହ ମୃତ୍ୟୁ ମାମଲାରେ ମଧ୍ୟ ହ୍ରାସ ଘଟିଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭ ହଜାର ୪୦୯ ନୂତନ କୋରୋନା ମାମଲା (Coronavirus Case) ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୪୭ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୨,୮୧୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୫୫,୭୫୫ ସକ୍ରିୟ ମାମଲାରେ ହ୍ରାସ ଘଟିଛି । ବର୍ତ୍ତମାନ ସମୟରେ ଦେଶରେ ଦୈନିକ ପଜିଟିଭ୍ ରେଟ୍ ୧.୧୨ ପ୍ରତିଶତ ରହିଛି । ଗତକାଲି ଦେଶରେ ୩୪ ହଜାର ୧୧୩ ସଂକ୍ରମିତ ମାମଲା ଚିହ୍ନଟ ହୋଇଥିଲା ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୪ କୋଟି ୨୬ ଲକ୍ଷ ୯୨ ହଜାର ୯୪୩ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୪ କୋଟି ୧୭ ଲକ୍ଷ ୬୦ ହଜାର ୪୫୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୨୩ ହଜାର ୧୨୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୫ ଲକ୍ଷ ୯ ହଜାର ୩୫୮ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଏହା ବି ପଢ଼ନ୍ତୁ:-୧.୩୦ ଲକ୍ଷ ସୈନ୍ୟ, ଯୁଦ୍ଧ ବିମାନ, ମିସାଇଲ, ଟ୍ୟାଙ୍କ...ତିନି ଆଡୁ ଘେରି ସାରିଛି ୟୁକ୍ରେନ; ଆକ୍ରମଣ କରିବ ଋଷ!

ଏହା ବି ପଢ଼ନ୍ତୁ:-ୟୁକ୍ରେନକୁ ନେଇ ତୃତୀୟ ବିଶ୍ୱଯୁଦ୍ଧ ମୁହାଁ ଦୁନିଆ! ଋଷର ସାମୁଦ୍ରିକ ସୀମାରେ ପଶିଲା ଆମେରିକାର ପରମାଣୁ ଯୁଦ୍ଧ ଜାହାଜ

ଏହା ବି ପଢ଼ନ୍ତୁ:-ଖୁସି ଖବର! ଏଣିକି ରାସନ କାର୍ଡ ବିନା ମାଗଣାରେ ମିଳିବ ଖାଦ୍ୟ ଶସ୍ୟ! ଜାଣନ୍ତୁ କେମିତି ଉଠାଇବେ ଏହି ଯୋଜନାର ଲାଭ

ଏହା ବି ପଢ଼ନ୍ତୁ:-ଜାଣନ୍ତୁ ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, କେଉଁ ବୟସରେ ବିବାହ କରିବା ଉଚିତ?

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଫେବୃଆରୀ ୧୪ ପର୍ଯ୍ୟନ୍ତ ସାରା ଦେଶରେ ୧୭୩ କୋଟି ୪୨ ଲକ୍ଷ ୬୨ ହଜାର ୪୪୦ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪ ଲକ୍ଷ ୬୮ ହଜାର ୩୬୫ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୭୫ କୋଟି ୩୦ ଲକ୍ଷ ୩୩ ହଜାର ୩୦୨ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୨୯ ହଜାର ୫୩୬ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୧ ପ୍ରତିଶତରୁ ଅଧିକ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୧୯ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୨ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ୨୪ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।