ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ହ୍ରାସ ଘଟିବାରେ ଲାଗିଛି । ସେପଟେ ଦେଶରେ ମୃତ୍ୟୁ ମାମଲା ବୃଦ୍ଧି ଘଟିଛି । ରବିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାର ୮୯୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭୯୬ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ଏଥିରେ ବିହାର ୨,୪୨୬ ଓ କେରଳର ୨୬୩ ପୁରୁଣା ମୃତ୍ୟୁ ମାମଲା ସାମିଲ ରହିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୯୧୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୮୧୯ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 


COMMERCIAL BREAK
SCROLL TO CONTINUE READING

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଶନିବାର ୪,୫୫୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୬୧ ହଜାର ୪୭୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୧୫ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୧,୪୩୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫,୧୦୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୭୫,୬୦୫ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୪୩,୭୬୯ କୋରୋନାର ସକ୍ରିୟ ମାମଲା ରହିଛି ।


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୬ ଲକ୍ଷ ୨୪ ହଜାର ୦୩୯ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୦ ଲକ୍ଷ ୬୦ ହଜାର ୭୭୪ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୯୯ ହଜାର ୧୫୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୩ ହଜାର ୩୨୬ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଡିସେମ୍ୱର ୪ ପର୍ଯ୍ୟନ୍ତ ସାରା ଦେଶରେ ୧୨୭ କୋଟି ୬୧ ଲକ୍ଷ ୮୩ ହଜାର ୬୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ କୋଟି ୪ ଲକ୍ଷ ୧୮ ହଜାର ୭୦୭ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୪ କୋଟି ୭୨ ଲକ୍ଷ ୫୨ ହଜାର ୮୫୦ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୨୬ ହଜାର ୬୪ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।


ଏହା ବି ପଢ଼ନ୍ତୁ:-ପୁରୁଷଙ୍କ ପାଇଁ ଅତ୍ୟନ୍ତ ବିପଜ୍ଜନକ ଏହି ୫ଟି ଅଭ୍ୟାସ, ଯୌନ ସ୍ୱାସ୍ଥ୍ୟ ହୋଇଯିବ ଖରାପ!


ଏହା ବି ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍


ଏହା ବି ପଢ଼ନ୍ତୁ:-ଯଦି ଆପଣଙ୍କ ମୋବାଇଲ୍ ନମ୍ବର ଆଧାରରେ ହୋଇନାହିଁ ଲିଙ୍କ୍, ତେବେ ଅଟକି ଯିବ ଏସବୁ କାମ


ଏହା ବି ପଢ଼ନ୍ତୁ:-୩୮ ଦେଶରେ ବ୍ୟାପିଛି କୋରୋନାର ନୂଆ ଭାରିଆଣ୍ଟ ଓମିକ୍ରନ, ମୃତ୍ୟୁ ସଂଖ୍ୟାକୁ ନେଇ ଏହି ବଡ଼ ବୟାନ ଦେଲା WHO