କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୨୬୬
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୭,୧୨୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । ଏହାସହ ମୃତ୍ୟୁ ମାମଲାରେ ମଧ୍ୟ ସମାନ ସ୍ଥିତି ଦେଖାଦେଇଛି । ସପ୍ତାହର ପ୍ରଥମ ଦିନ ଅର୍ଥାତ ସୋମବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାର ୪୫୧ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩,୨୦୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨୦୧୯ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୭,୧୨୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୦ ଲକ୍ଷ ୧୫ ହଜାର ୫୦୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୧ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୩,୭୧୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୪୮୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୯,୦୮,୮୫୭ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୭୨,୩୧୦ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୩ ଲକ୍ଷ ୬୬ ହଜାର ୯୮୭ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୭ ଲକ୍ଷ ୬୩ ହଜାର ୧୦୪ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୪୨ ହଜାର ୮୨୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୬୧ ହଜାର ୦୫୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୭ ପର୍ଯ୍ୟନ୍ତ ସାରା ଦେଶରେ ୧୦୮ କୋଟି ୪୭ ଲକ୍ଷ ୨୩ ହଜାର ୦୪୨ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩ ଲକ୍ଷ ୮୪ ହଜାର ୦୯୬ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୧ କୋଟି ୬୦ ଲକ୍ଷ ୭୧ ହଜାର ୯୪୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮ ଲକ୍ଷ ୭୦ ହଜାର ୦୫୮ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୪୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦ୍ୱାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।
ଏହା ବି ପଢ଼ନ୍ତୁ:-ଦଳରେ ଏହି ୩ ଖେଳାଳିଙ୍କୁ ସ୍ଥାନ ଦେଇ ଫସିଲେ କୋହଲି! ଭାଙ୍ଗି ଚୂରମାର୍ ହେଲା କ୍ୟାପଟେନଙ୍କ ସ୍ୱପ୍ନ
ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
ଏହା ବି ପଢ଼ନ୍ତୁ:-ପିଏମ ମୋଦି ଓ ସିଏମ ଯୋଗୀଙ୍କୁ ମିଳିଲା ବୋମାରେ ଉଡ଼ାଇବାର ଧମକ, ତଦନ୍ତ କରୁଛି UP ପୋଲିସ
ଏହା ବି ପଢ଼ନ୍ତୁ:-ପଶୁଙ୍କ ମୃତ୍ୟୁରେ ଲୁହ ଝରାନ୍ତି ନେତା, ୬୦୦ କୃଷକଙ୍କ ମୃତ୍ୟୁ ଉପରେ କାହିଁକି ଅଛନ୍ତି ଚୁପ୍?: ମେଘାଳୟ ରାଜ୍ୟପାଳ