)
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ପୁଣିଥରେ ବୃଦ୍ଧି ରେକର୍ଡ କରାଯାଇଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୪୧୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫୯ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୨୫୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧,୦୦୯ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୫,୦୩୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୬୯ ହଜାର ୧୯୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୨,୦୧୪ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୦୩୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୯୫,୨୬୩ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୪୦,୯୫୯ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୬ ଲକ୍ଷ ୬୬ ହଜାର ୨୪୧ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୦ ଲକ୍ଷ ୯୭ ହଜାର ୩୮୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୯୪ ହଜାର ୭୪୨ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୪ ହଜାର ୧୧୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଡିସେମ୍ୱର ୮ ପର୍ଯ୍ୟନ୍ତ ସାରା ଦେଶରେ ୧୩୦ କୋଟି ୩୯ ଲକ୍ଷ ୩୨ ହଜାର ୨୮୬ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୯ ଲକ୍ଷ ୮୬ ହଜାର ୯୧୦ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୫ କୋଟି ୧୯ ଲକ୍ଷ ୫୦ ହଜାର ୧୨୭ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୮୯ ହଜାର ୯୮୩ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।