ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ହ୍ରାସ ବୃଦ୍ଧି ଲାଗି ରହିଛି । ସେହିପରି ଦେଶରେ ମୃତ୍ୟୁ ମାମଲା ମଧ୍ୟ ବୃଦ୍ଧି ଘଟିଛି । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯ ହଜାର ୨୧୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୯୧ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୬୧୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨୧୩ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି । 


COMMERCIAL BREAK
SCROLL TO CONTINUE READING

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୪,୭୦୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୫୧ ହଜାର ୯୧୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୨୦ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୦,୮୫୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୧୨୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୬୬,୦୩୪ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୪୪,୩୭୬ କୋରୋନାର ସକ୍ରିୟ ମାମଲା ରହିଛି ।


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୬ ଲକ୍ଷ ୦୬ ହଜାର ୫୪୧ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୦ ଲକ୍ଷ ୪୫ ହଜାର ୬୬୬ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୯୯ ହଜାର ୯୭୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୦ ହଜାର ୧୫୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଡିସେମ୍ୱର ୨ ପର୍ଯ୍ୟନ୍ତ ସାରା ଦେଶରେ ୧୨୫ କୋଟି ୭୫ ଲକ୍ଷ ୫ ହଜାର ୫୧୪ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୩ ଲକ୍ଷ ୬୭ ହଜାର ୨୩୦ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୪ କୋଟି ୪୬ ଲକ୍ଷ ୬୮ ହଜାର ୦୮୨ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୫୭ ହଜାର ୧୫୬ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।


ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍


ଏହା ବି ପଢ଼ନ୍ତୁ:-ଆସୁଛି ବାତ୍ୟା, ପ୍ରଭାବରେ ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା​


ଏହା ବି ପଢ଼ନ୍ତୁ:-BJP ପୂର୍ବରୁ କଂଗ୍ରେସର ଖେଳ ବିଗାଡ଼ିବ TMC! ମିଶନ୍ ୨୦୨୪ ପାଇଁ ମମତାଙ୍କ ଗେମ୍ ପ୍ଲାନ୍ ପ୍ରସ୍ତୁତ, ଏହା ହେଉଛି ରଣନୀତି


ଏହା ବି ପଢ଼ନ୍ତୁ:-ପୁରୁଷମାନେ ପ୍ରତିଦିନ ଏହି ସମୟରେ ଖାଆନ୍ତୁ ରସୁଣର କେବଳ ଗୋଟିଏ କୋଲା, ତା’ପରେ ଦେଖନ୍ତୁ ଚମତ୍କାର!