ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ହ୍ରାସ ଘଟିବାରେ ଲାଗିଛି । ସେହିପରି ମୃତ୍ୟୁ ମାମଲା ମଧ୍ୟ ହ୍ରାସ ରେକର୍ଡ କରାଯାଉଛି । ସୋମବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାର ୩୦୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧୧ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮୮୩୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୭୩୯ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 


COMMERCIAL BREAK
SCROLL TO CONTINUE READING

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୪,୪୫୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୬୫ ହଜାର ୯୨୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୧,୬୦୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୬୦୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୮୦,୨୧୧ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୪୩,୪୫୪ କୋରୋନାର ସକ୍ରିୟ ମାମଲା ରହିଛି ।


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୬ ଲକ୍ଷ ୩୨ ହଜାର ୩୪୫ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୦ ଲକ୍ଷ ୬୯ ହଜାର ୬୦୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୯୮ ହଜାର ୪୧୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୩ ହଜାର ୫୩୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଡିସେମ୍ୱର ୫ ପର୍ଯ୍ୟନ୍ତ ସାରା ଦେଶରେ ୧୨୭ କୋଟି ୯୩ ଲକ୍ଷ ୯ ହଜାର ୬୬୯ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪ ଲକ୍ଷ ୫୫ ହଜାର ୯୧୧ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୪ କୋଟି ୮୨ ଲକ୍ଷ ୫୯ ହଜାର ୦୬୭ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮ ଲକ୍ଷ ୮୬ ହଜାର ୨୬୩ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।


ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍


ଏହା ବି ପଢ଼ନ୍ତୁ:-ଏଣିକି ବିନା ଟିକେଟରେ ଟ୍ରେନରେ ଯାତ୍ରା କରିପାରିବେ ଯାତ୍ରୀ, ବିଶେଷ ନିୟମ କରିଛି ରେଲୱେ, ଜାଣନ୍ତୁ କିପରି?


ଏହା ବି ପଢ଼ନ୍ତୁ:-୨୨ ଦେଶ ମିଳିତ ଭାବେ ତାଲିବାନକୁ ଦେଲେ ଚେତାବନୀ


ଏହା ବି ପଢ଼ନ୍ତୁ:-ଆଧାର କାର୍ଡ ତିଆରି କରିବା ନିୟମରେ ହେଲା ବଡ଼ ପରିବର୍ତ୍ତନ! UIDAI ଦେଲା ସୂଚନା


ଏହା ବି ପଢ଼ନ୍ତୁ:-ଭାରତକୁ ନେଇ ପାକିସ୍ତାନର ଏହି ନିଷ୍ପତ୍ତିରେ ତାଲିବାନ ଖୁସ୍