)
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ସଙ୍କଟ ଜାରି ରହିଛି । ଦେଶରେ ବର୍ତ୍ତମାନ ସୁଦ୍ଧା ଓମିକ୍ରୋମ ଭାରିଆଣ୍ଟର ୨୩ଟି ମାମଲା ଚିହ୍ନଟ ହୋଇସାରିଛି । ଶୁକ୍ରବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮ ହଜାର ୫୦୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୨୪ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୬୭୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨୦୧ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଗୁରୁବାର ୪,୧୬୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୧ ଲକ୍ଷ ୮୩ ହଜାର ୦୬୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୨୫ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୨,୨୩୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୩୫୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୦,୯୯,୬୨୦ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୪୦,୫୪୬ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୬ ଲକ୍ଷ ୭୪ ହଜାର ୭୪୪ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୧ ଲକ୍ଷ ୫ ହଜାର ୬୬ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୯୪ ହଜାର ୯୪୩ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୪ ହଜାର ୭୩୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଡିସେମ୍ୱର ୯ ପର୍ଯ୍ୟନ୍ତ ସାରା ଦେଶରେ ୧୩୧ କୋଟି ୧୮ ଲକ୍ଷ ୮୭ ହଜାର ୨୫୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୪ ଲକ୍ଷ ୫୭ ହଜାର ୯୭୦ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୫ କୋଟି ୩୨ ଲକ୍ଷ ୪୩ ହଜାର ୫୩୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୯୩ ହଜାର ୪୧୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।