କୋରୋନା ମାମଲାରେ ପୁଣି ବୃଦ୍ଧି: ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ, ଆଖି ବୁଜିଲେ ୪୩୪ ସଂକ୍ରମିତ
Coronavirus in India: ଭାରତରେ ପୁଣିଥରେ କୋରୋନା ମାମଲାରେ ବୃଦ୍ଧି ଘଟିବାରେ ଲାଗିଛି । ସେପଟେ କୋରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିନ୍ତା ବଢ଼ାଇବାରେ ଲାଗିଛି । ଦେଶରେ ବିଭିନ୍ନ ସ୍ଥାନରୁ ଓମିକ୍ରନର ମାମଲା ଆସିବାରେ ଲାଗିଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୪୯୫ ନୂତନ
ନୂଆଦିଲ୍ଲୀ: Coronavirus in India: ଭାରତରେ ପୁଣିଥରେ କୋରୋନା ମାମଲାରେ ବୃଦ୍ଧି ଘଟିବାରେ ଲାଗିଛି । ସେପଟେ କୋରୋନାର ନୂଆ ଭାରିଆଣ୍ଟ ଓମିକ୍ରନ ଚିନ୍ତା ବଢ଼ାଇବାରେ ଲାଗିଛି । ଦେଶରେ ବିଭିନ୍ନ ସ୍ଥାନରୁ ଓମିକ୍ରନର ମାମଲା ଆସିବାରେ ଲାଗିଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୪୯୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩୪ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬,୯୬୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧୦୧ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୩,୨୦୫ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୨ ଲକ୍ଷ ୨୪ ହଜାର ୭୭୨କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୩୬ ଓ ପୁରୁଣା ରେକର୍ଡ ଅନୁସାରେ ୩୪୭ ସଂକ୍ରମିତ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୫,୫୩୮ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩,୨୦୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୧,୪୮,୭୦୩ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୨୭,୮୪୨ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୭ ଲକ୍ଷ ୬୦ ହଜାର ୬୫୦ ସଂକ୍ରମିତ ଚିହ୍ନଟ ହୋଇସାରିଛି । ସେହିପରି ୩ କୋଟି ୪୨ ଲକ୍ଷ ୮ ହଜାର ୯୨୬ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୭୮ ହଜାର ୨୯୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୮ ହଜାର ୭୫୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଏହା ବି ପଢ଼ନ୍ତୁ:-ଡିସେମ୍ବର ୩୧ ପୂର୍ବରୁ ସାରି ନିଅନ୍ତୁ ଏହି ଜରୁରୀ କାମ, ନଚେତ୍ ୭ ଲକ୍ଷ ଟଙ୍କାର ହେବ କ୍ଷତି
ଏହା ବି ପଢ଼ନ୍ତୁ:-ଟେନସନ୍ ବଢ଼ାଇଲା ଓମିକ୍ରନ, ରାଜଧାନୀରେ କୋରୋନା ଭାଙ୍ଗିଲା ୬ ମାସର ରେକର୍ଡ
ଏହା ବି ପଢ଼ନ୍ତୁ:-କୋହଲିଙ୍କ ଶନିଦଶା! ଟେଷ୍ଟ ପରେ ଟି-୨୦ରୁ ମଧ୍ୟ ଲାଗିଲା ଝଟକା
ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଡିସେମ୍ୱର ୨୨ ପର୍ଯ୍ୟନ୍ତ ସାରା ଦେଶରେ ୧୩୯ କୋଟି ୬୯ ଲକ୍ଷ ୭୬ ହଜାର ୭୭୪ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୦ ଲକ୍ଷ ୧୭ ହଜାର ୬୭୧ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୬ କୋଟି ୮୬ ଲକ୍ଷ ୪୩ ହଜାର ୯୨୯ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୫ ହଜାର ୭୭୫ କୋରୋନା ନମୁନା ପରୀକ୍ଷା କରାଯାଇଛି ।