ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୩୩ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement

ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୩୩ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୮ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । 

ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୩୩ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ସଙ୍କଟ ଦିନକୁ ଦିନ ବଢ଼ିବାରେ ଲାଗିଛି । ଏହାସହ ଦେଶରେ କୋରୋନାର ତୃତୀୟ ଲହର ଏଣ୍ଟ୍ରି ମାରି ସାରିଛି ବୋଲି ଅନୁମାନ କରାଯାଉଛି । ଦେଶରେ କୋରୋନା ମାମଲାରେ ହଠାତ୍ ବଡ଼ ଧରଣର ବୃଦ୍ଧି ଘଟିବାରେ ଲାଗିଛି । ଏହାସହ ଲଗାତର ଓମିକ୍ରନର ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଦେଶରେ ବର୍ତ୍ତମାନ ସୁଦ୍ଧା ୧୭୦୦ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇସାରିଛି । ସେପଟେ ସୋମବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୩ ହଜାର ୭୫୦ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨୩ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦,୮୪୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨୨,୭୮୧ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୩ କୋଟି ୪୯ ଲକ୍ଷ ୨୨ ହଜାର ୮୮୨ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୩ କୋଟି ୪୨ ଲକ୍ଷ ୯୫ ହଜାର ୪୦୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୪୫ ହଜାର ୫୮୨ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୮୧ ହଜାର ୮୪୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜାନୁଆରୀ ୨ ପର୍ଯ୍ୟନ୍ତ ସାରା ଦେଶରେ ୧୪୫ କୋଟି ୬୮ ଲକ୍ଷ ୮୯ ହଜାର ୩୦୬ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୩ ଲକ୍ଷ ୩୦ ହଜାର ୭୦୬ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୮ କୋଟି ୯ ଲକ୍ଷ ୫୦ ହଜାର ୪୭୬ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮ ଲକ୍ଷ ୭୮ ହଜାର ୯୯୦ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ ଅଧିକ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୮ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି ।