ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । କିନ୍ତୁ କୋରୋନା ସଙ୍କଟ ଶେଷ ହୋଇନାହିଁ । ନୂଆ କୋରୋନା ଭାରିଆଣ୍ଟ ଓମିକ୍ରନ ସାରା ଦେଶରେ ଧୀରେ ଧୀରେ କାୟା ବିସ୍ତାର କରିବାରେ ଲାଗିଛି । ରବିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୦୮୧ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬୪ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭,୪୬୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୬୫୨ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 


COMMERCIAL BREAK
SCROLL TO CONTINUE READING

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଶନିବାର ୩,୨୯୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୨ ଲକ୍ଷ ୧୪ ହଜାର ୫୯୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୪୩ ଜଣ ଓ ପୁରୁଣା ରେକର୍ଡ ଅନୁସାରେ ୧୭୫ ସଂକ୍ରମିତ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୪,୪୦୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩,୬୦୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୧,୩୭,୬୧୯ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୩୧,୬୦୯ କୋରୋନାର ସକ୍ରିୟ ମାମଲା ରହିଛି ।


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୭୮ ହଜାର ୯୪୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୮୩ ହଜାର ୯୧୩ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୭ ହଜାର ୪୨୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଡିସେମ୍ୱର ୧୮ ପର୍ଯ୍ୟନ୍ତ ସାରା ଦେଶରେ ୧୩୭ କୋଟି ୪୬ ଲକ୍ଷ ୧୩ ହଜାର ୨୫୨ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୬ ଲକ୍ଷ ୫୪ ହଜାର ୪୬୬ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୬ କୋଟି ୪୧ ଲକ୍ଷ ୯ ହଜାର ୩୬୫ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୧୧ ହଜାର ୯୭୭ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।


ଏହା ବି ପଢ଼ନ୍ତୁ:-୭ ପ୍ରତିଶତ ବଢ଼ିଯାଇଛି ଏହି କର୍ମଚାରୀଙ୍କ ମହଙ୍ଗା ଭତ୍ତା, ବେତନରେ ହେବ ବମ୍ପର ବୃଦ୍ଧି


ଏହା ବି ପଢ଼ନ୍ତୁ:-କୋହଲିଙ୍କ ପ୍ରସଙ୍ଗରେ ବିସିସିଆଇ ନେଲା ଏହି ନିଷ୍ପତ୍ତି, ସାମ୍ବାଦିକ ସମ୍ମିଳନୀ ପରେ ବୋର୍ଡ ଅସନ୍ତୁଷ୍ଟ


ଏହା ବି ପଢ଼ନ୍ତୁ:-ସରକାରୀ କର୍ମଚାରୀଙ୍କ ପାଇଁ ଗୁଡ୍ ନ୍ୟୁଜ, ନୂଆ ବର୍ଷରେ ପୁଣି ବଢ଼ିବ ଦରମା!