Coronavirus in India: କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୨୮୯ ସଂକ୍ରମିତ
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଶନିବାର ୩,୪୭୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୨ ଲକ୍ଷ ୭ ହଜାର ୮୯୩କୁ ବୃଦ୍ଧି ପାଇଛି ।
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ଶନିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭ ହଜାର ୧୪୫ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮୯ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୮,୭୦୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୧,୮୫୦ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ଶନିବାର ୩,୪୭୧ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୫୨ ଲକ୍ଷ ୭ ହଜାର ୮୯୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ନୂଆ ୨୨ ଜଣ ଓ ପୁରୁଣା ରେକର୍ଡ ଅନୁସାରେ ୨୨୧ ସଂକ୍ରମି ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୪,୧୮୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪,୯୬୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୫୧,୩୪,୦୧୦ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୩୨,୪୩୩ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୭ ଲକ୍ଷ ୧୦ ହଜାର ୭୮୯ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୪୧ ଲକ୍ଷ ୭୧ ହଜାର ୪୭୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୮୪ ହଜାର ୫୬୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭୭ ହଜାର ୧୫୮ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଡିସେମ୍ୱର ୧୭ ପର୍ଯ୍ୟନ୍ତ ସାରା ଦେଶରେ ୧୩୬ କୋଟି ୬୬ ଲକ୍ଷ ୫ ହଜାର ୧୭୩ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୨ ଲକ୍ଷ ୬ ହଜାର ୨୪୪ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୬ କୋଟି ୨୮ ଲକ୍ଷ ୯୭ ହଜାର ୩୮୮ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୪୫ ହଜାର ୪୦୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।
ଏହା ବି ପଢ଼ନ୍ତୁ:-ପୂରଣ ହେବ ଆପଣଙ୍କ ସ୍ୱପ୍ନ! ୪ ଲକ୍ଷରେ ମିଳିବ ଟ୍ୟୁନ୍ ସିଟିରେ ଘର
ଏହା ବି ପଢ଼ନ୍ତୁ:-ଜାରି ହେଲା ଆଜିର ପେଟ୍ରୋଲ-ଡିଜେଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
ଏହା ବି ପଢ଼ନ୍ତୁ:-ଖସୁଛି ପାରା, ବଢୁଛି ଜାଡ଼
ଏହା ବି ପଢ଼ନ୍ତୁ:- ଏଣିକି ଭୋଟର ID ମଧ୍ୟ ଆଧାର ସହିତ ହେବ ଲିଙ୍କ୍, ଜାଣନ୍ତୁ ପୂରା ପ୍ରକ୍ରିୟା