ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ଟେନସନ୍ ବଢ଼ାଉଛି ମୃତ୍ୟୁ ସଂଖ୍ୟା
Advertisement
Article Detail0/zeeodisha/odisha938294

ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ଟେନସନ୍ ବଢ଼ାଉଛି ମୃତ୍ୟୁ ସଂଖ୍ୟା

Coronavirus in India: ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୨ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୨ ପ୍ରତିଶତରୁ କମ୍ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଚତୁର୍ଥ ସ୍ଥାନରେ ରହିଛି ।

ଦେଶରେ ଦିନକରେ ସାମ୍ନାକୁ ଆସିଲା ଏତିକି ମାମଲା, ଟେନସନ୍ ବଢ଼ାଉଛି ମୃତ୍ୟୁ ସଂଖ୍ୟା

ନୂଆଦିଲ୍ଲୀ: Coronavirus in India: ସାରା ଦେଶରେ କୋରୋନା ମାମଲାରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । କିନ୍ତୁ ମୃତ୍ୟୁ ସଂଖ୍ୟା ଚିନ୍ତାର କାରଣ ପାଲଟିଛି । ବିଗତ କିଛି ଦିନ ଧରି ପ୍ରତିଦିନ ୪୦ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସୁଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩ ହଜାର ୩୯୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୧୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହାପୂର୍ବରୁ ବୁଧବାର ୪୫,୮୯୨ ନୂଆ ମାମଲା ଚିହ୍ନଟ ହୋଇଥିଲା । ଏଥି ସହିତ, ଗତ ୨୪ ଘଣ୍ଟା ମଧ୍ୟରେ ୪୪,୨୯୧ ଲୋକ ମଧ୍ୟ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି, ଅର୍ଥାତ୍ ଗତକାଲି ୭୮୪ ସକ୍ରିୟ ମାମଲା ବୃଦ୍ଧି ପାଇଛି ।

ଅଧିକ ପଢ଼ନ୍ତୁ:-ମୋଦି ମନ୍ତ୍ରିମଣ୍ଡଳର ସବୁଠାରୁ ଧନୀ ମନ୍ତ୍ରୀ କିଏ? ଜାଣନ୍ତୁ ଗରିବ ମନ୍ତ୍ରୀଙ୍କ ନାଁ ମଧ୍ୟ, କେବଳ ଏହି ୮ ଜଣ ମନ୍ତ୍ରୀ ନୁହଁନ୍ତି କୋଟିପତି

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୭ ଲକ୍ଷ ୫୨ ହଜାର ୯୫୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୯୮ ଲକ୍ଷ  ୮୮ ହଜାର ୨୮୪ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୫୮ ହଜାର ୭୨୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫ ହଜାର ୯୩୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ପାଇଁ ବହୁତ ବଡ଼ ଖୁସି ଖବର!

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ରହିଛି । ଜୁଲାଇ ୭ ପର୍ଯ୍ୟନ୍ତ ସାରା ଦେଶରେ ୩୬ କୋଟି ୮୯ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ଲକ୍ଷ ୨୩ ହଜାର କୋରୋନା ଟିକା ଲାଗିଥିଲା । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୨ କୋଟି ୭୦ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ କମ୍ ରହିଛି ।

ଅଧିକ ପଢ଼ନ୍ତୁ:-Aadhar Card ତିଆରି ଓ ଅପଡେଟ୍ ପାଇଁ ଏତିକି ଲାଗିଥାଏ ଫି, ଯଦି ଅଧିକ ଟଙ୍କା ମାଗନ୍ତି ତେବେ ଏଠାରେ କରନ୍ତୁ ଅଭିଯୋଗ

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୨ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୨ ପ୍ରତିଶତରୁ କମ୍ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଚତୁର୍ଥ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।