ଆଜି ଦେଶରେ ପୁଣି ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement

ଆଜି ଦେଶରେ ପୁଣି ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: କେରଳ ସବୁଠୁ ଅଧିକ ଚିନ୍ତା ବଢାଉଛି । ରାଜ୍ୟରେ କ୍ରମାଗତ ଦ୍ୱିତୀୟ ଦିନ ହେବ ୨୨ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସିଛି । ଜୁଲାଇ ୨୭ରେ ୨୨,୧୨୯ ସଂକ୍ରମିତ ମାମଲା ଚିହ୍ନଟ ହୋଇଥିଲା । ଜୁଲାଇ ୨୮ରେ ୨୨,୦୫୬ ମାମଲା ସାମ୍ନାକୁ ଆସିଛି । ବର୍ତ୍ତମାନ ଏହା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ୧ ଲକ୍ଷରୁ ଅଧିକ (୧.୪୯ ଲକ୍ଷ) ରୋଗୀ ଚିକିତ୍ସିତ ହେଉଛନ୍ତି ।

ଆଜି ଦେଶରେ ପୁଣି ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ପୁଣିଥରେ ଚିନ୍ତା ବଢ଼ାଇବାରେ ଲାଗିଛି କୋରୋନା ଭୂତାଣୁ (COVID-19) । ଦେଶରେ ଲଗାତର କୋରୋନା ମାମଲାରେ ବୃଦ୍ଧି ରେକର୍ଡ କରାଯାଉଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଘଟୁଛି । ବିଗତ କିଛି ଦିନ ହେବ ଦେଶରେ ୪୦ ହଜାରରୁ ଅଧିକ କୋରୋନା ମାମଲା ସାମ୍ନାକୁ ଆସୁଛି । ଗୁରୁବାର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩ ହଜାର ୫୦୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୪୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଆଶ୍ୱସ୍ତିକର ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮,୪୬୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୪୪୦୪ ମାମଲା ବଢ଼ିଯାଇଛି । 

କେରଳ ସବୁଠୁ ଅଧିକ ଚିନ୍ତା ବଢାଉଛି । ରାଜ୍ୟରେ କ୍ରମାଗତ ଦ୍ୱିତୀୟ ଦିନ ହେବ ୨୨ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସିଛି । ଜୁଲାଇ ୨୭ରେ ୨୨,୧୨୯ ସଂକ୍ରମିତ ମାମଲା ଚିହ୍ନଟ ହୋଇଥିଲା । ଜୁଲାଇ ୨୮ରେ ୨୨,୦୫୬ ମାମଲା ସାମ୍ନାକୁ ଆସିଛି । ବର୍ତ୍ତମାନ ଏହା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ ୧ ଲକ୍ଷରୁ ଅଧିକ (୧.୪୯ ଲକ୍ଷ) ରୋଗୀ ଚିକିତ୍ସିତ ହେଉଛନ୍ତି ।

ଅଧିକ ପଢ଼ନ୍ତୁ:-କୋହଲିଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ! ଇନଷ୍ଟାଗ୍ରାମର ଏହି ପୋଷ୍ଟକୁ ନେଇ ଦେଖାଦେଇଛି ବିବାଦ

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୫ ଲକ୍ଷ ୨୮ ହଜାର  କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୭ ଲକ୍ଷ ୧ ହଜାର ୬୧୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୩ ହଜାର ୮୪୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୨୨ ହଜାର ୬୬୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜୁଲାଇ ୨୮ ପର୍ଯ୍ୟନ୍ତ ସାରା ଦେଶରେ ୪୫ କୋଟି ୭ ଲକ୍ଷ ୬ ହଜାର ୨୫୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩ ଲକ୍ଷ ୯୨ ହଜାର ୬୯୭ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୬ କୋଟି ୨୬ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଲକ୍ଷ ୨୮ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଅଧିକ ପଢ଼ନ୍ତୁ:-କୋହଲିଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ! ଇନଷ୍ଟାଗ୍ରାମର ଏହି ପୋଷ୍ଟକୁ ନେଇ ଦେଖାଦେଇଛି ବିବାଦ

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୨୭ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

୮ଟି ରାଜ୍ୟରେ ଲକଡାଉନ୍ ପରି ପ୍ରତିବନ୍ଧକ

ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍

୨୩ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ଲକଡାଉନ୍ 

ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ ଛତିଶଗଡ, କର୍ଣ୍ଣାଟକ, କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମପୁର ପ୍ରଦେଶ ଏବଂ ଗୁଜରାଟ ଅନ୍ତର୍ଭୁକ୍ତ ରହିଛି ।