ନୂଆଦିଲ୍ଲୀ: Coronavirus in India: ଭାରତରେ କୋରୋନା ସଙ୍କଟ ଏବେ ମଧ୍ୟ ଶେଷ ହୋଇନାହିଁ । ପ୍ରତିଦିନ ୪୦ ହଜାରରୁ ଅଧିକ କୋରୋନା ମାମଲା ଚିହ୍ନଟ ହେଉଛି । ଏହାସହ ମୃତ୍ୟୁ ସଂଖ୍ୟା ମଧ୍ୟ ଚିନ୍ତା ବଢ଼ାଇବାରେ ଲାଗିଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨ ହଜାର ୭୬୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨୦୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଏହା ପୂର୍ବରୁ ଜୁନ ୨୬ରେ ୧୨୫୮ ସଂକ୍ରମିତଙ୍କ ମୃତ୍ୟୁ ଘଟିଥିଲା । ସେପଟେ ଆଶ୍ୱସ୍ତିକର ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪,୨୫୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ୍ ଦିନକରେ ୩୬୯୪ ସକ୍ରିୟ ମାମଲା ହ୍ରାସ ପାଇଛି ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ଆଜି ପୁଣି ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ, ଜାଣନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୭ ଲକ୍ଷ ୯୫ ହଜାର ୭୧୬ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୯୯ ଲକ୍ଷ  ୩୩ ହଜାର ୫୩୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୫୫ ହଜାର ୩୩ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୭ ହଜାର ୧୪୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଅଧିକ ପଢ଼ନ୍ତୁ:-କୋରୋନା ସଙ୍କଟ: ବଢ଼ୁଥିବା ସଂକ୍ରମଣକୁ ନେଇ ଚିନ୍ତିତ କେନ୍ଦ୍ର, ୮ଟି ରାଜ୍ୟକୁ ଦେଲେ କଡ଼ା ଚେତାବନୀ


ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ରହିଛି । ଜୁଲାଇ ୭ ପର୍ଯ୍ୟନ୍ତ ସାରା ଦେଶରେ ୩୭ କୋଟି ୨୧ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ଲକ୍ଷ ୫୫ ହଜାର ୮୦୨ କୋରୋନା ଟିକା ଲାଗିଥିଲା । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୩ କୋଟି କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ କମ୍ ରହିଛି ।


ଅଧିକ ପଢ଼ନ୍ତୁ:-ଆକ୍ସନ ମୁଡରେ ନୂଆ ରେଳମନ୍ତ୍ରୀ: ବଦଳିଲା ମନ୍ତ୍ରଣାଳୟରେ କାର୍ଯ୍ୟ କରିବାର ସମୟ, ଏବେ ଦୁଇଟି ସିଫ୍ଟରେ କାମ କରିବେ କର୍ମଚାରୀ


ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୨ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୨ ପ୍ରତିଶତରୁ କମ୍ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଚତୁର୍ଥ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।


ଶୁକ୍ରବାର ମହାରାଷ୍ଟ୍ରରେ ୮,୯୯୨ ନୂତନ କୋରୋନା ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ସଂକ୍ରମଣ ହେତୁ ୨୦୦ ଜଣଙ୍କର ମୃତ୍ୟୁ ଘଟିଛି । ଏପର୍ଯ୍ୟନ୍ତ ସମୁଦାୟ ୬୧,୪୦,୯୬୮ ଲୋକ ସଂକ୍ରମିତ ହୋଇଛନ୍ତି ଏବଂ ୧,୨୫,୦୩୪ ଜଣଙ୍କର ମୃତ୍ୟୁ ହୋଇଛି ।


ପଞ୍ଜାବରେ ୧୬୨ ନୂତନ ସଂକ୍ରମିତ ଚିହ୍ନଟ ହେବା ସହିତ ସଂକ୍ରମିତ ଲୋକଙ୍କ ସଂଖ୍ୟା ୫,୯୭,୩୪୭କୁ ବୃଦ୍ଧି ପାଇଛି । ଆଉ ଆଠ ଜଣଙ୍କ ମୃତ୍ୟୁ ପରେ ମୃତ୍ୟୁ ସଂଖ୍ୟା ୧୬,୧୬୮କୁ ବୃଦ୍ଧି ପାଇଛି ।


ଉତ୍ତରପ୍ରଦେଶରେ ଗତକାଲି କୋଭିଡ ଯୋଗୁଁ ୧୩ ଜଣଙ୍କର ମୃତ୍ୟୁ ଘଟିଥିଲା ​​ଏବଂ ୯୦ ନୂଆ ମାମଲା ଚିହ୍ନଟ ହୋଇଛି । ଏହି ରୋଗ ହେତୁ ପ୍ରାଣ ହରାଇଥିବା ଲୋକଙ୍କ ସଂଖ୍ୟା ୨୨,୬୮୯କୁ ବୃଦ୍ଧି ପାଇଛି । ସଂକ୍ରମିତଙ୍କ ମୋଟ ସଂଖ୍ୟା ୧୭,୦୭,୧୨୭କୁ ପହଞ୍ଚିଛି ।