ଦେଶରେ ଲଗାତର ଷଷ୍ଠ ଦିନ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement

ଦେଶରେ ଲଗାତର ଷଷ୍ଠ ଦିନ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୬ ଲକ୍ଷ ୯୫ ହଜାର   କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୮ ଲକ୍ଷ ୫୭ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୧୩ ହଜାର ୭୧୮ କୋରୋନାର ସକ୍ରିୟ ମାମଲା ରହିଛି ।

ଦେଶରେ ଲଗାତର ଷଷ୍ଠ ଦିନ ୪୦ ହଜାରରୁ ଉର୍ଦ୍ଧ୍ୱ ମାମଲା ଚିହ୍ନଟ, ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ସଙ୍କଟ ଜାରି ରହିଛି । ଲଗାତର ୬ ଦିନ ହେବ ଦେଶରେ ୪୦ ହଜାରରୁ ଅଧିକ କୋରୋନା ମାମଲା ସାମ୍ନାକୁ ଆସୁଛି । ସୋମବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦ ହଜାର ୧୩୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୨୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଆଶ୍ୱସ୍ତିକର ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୬,୯୪୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗତକାଲି ୨୭୬୬ ସଂକ୍ରମିତ ମାମଲା ବଢ଼ିଯାଇଛି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୬ ଲକ୍ଷ ୯୫ ହଜାର   କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୮ ଲକ୍ଷ ୫୭ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୧୩ ହଜାର ୭୧୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୨୪ ହଜାର ୭୭୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍ ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଅଗଷ୍ଟ ୧ ପର୍ଯ୍ୟନ୍ତ ସାରା ଦେଶରେ ୪୭ କୋଟି ୨୨ ଲକ୍ଷ  କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭ ଲକ୍ଷ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୬ କୋଟି ୯୬ ଲକ୍ଷ ୪୫ ହଜାର ୪୯୪ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଲକ୍ଷ ୨୮ ହଜାର ୯୮୪ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଅଧିକ ପଢ଼ନ୍ତୁ:-ଆସିଯାଇଛି ଅଗଷ୍ଟ ପାଇଁ LPG ସିଲିଣ୍ଡରର ନୂଆ ଦର, ଜାଣନ୍ତୁ କ'ଣ ରହିଛି ରେଟ୍

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୩୦ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

୮ଟି ରାଜ୍ୟରେ ଲକଡାଉନ୍ ପରି ପ୍ରତିବନ୍ଧକ

ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

୨୩ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ଲକଡାଉନ୍ 

ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ ଛତିଶଗଡ, କର୍ଣ୍ଣାଟକ, କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମପୁର ପ୍ରଦେଶ ଏବଂ ଗୁଜରାଟ ଅନ୍ତର୍ଭୁକ୍ତ ରହିଛି ।

କେରଳରେ ଲଗାତର ଷଷ୍ଠ ଦିନ ୨୦ ହଜାରରୁ ଅଧିକ କୋରୋନା ମାମଲା ସାମ୍ନାକୁ ଆସିଛି । ଗତ ୨୪ ଘଣ୍ଟା ମଧ୍ୟରେ କେରଳରେ ୨୦ ହଜାର ୭୨୮ ନୂଆ କୋରୋନା ମାମଲା ଚିହ୍ନଟ ହୋଇଛି । ଯାହା ପରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୪,୧୧, ୪୮୯ ରେ ପହଞ୍ଚିଛି । ରାଜ୍ୟରେ କୋରୋନା ଯୋଗୁଁ ୫୬ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ମୋଟ ମୃତ୍ୟୁ ସଂଖ୍ୟା ୧୬ ହଜାର ୮୩୭ରେ ପହଞ୍ଚିଛି ।