Coronavirus in India: ସାରା ଦେଶରେ କୋରୋନା ଭୂତାଣୁର ଦ୍ୱିତୀୟ ଲହର ମନ୍ଥର ହୋଇଛି କିନ୍ତୁ ସଂକ୍ରମଣର ପ୍ରକୋପ କମିବାର ନାଁ ନେଉନାହିଁ । ପୁଣିଥରେ ଦେଶରେ ୫୦ ହଜାରରୁ ଅଧିକ ନୂତନ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪ ହଜାର ୦୬୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇ
Trending Photos
ନୂଆଦିଲ୍ଲୀ: Coronavirus in India: ସାରା ଦେଶରେ କୋରୋନା ଭୂତାଣୁର ଦ୍ୱିତୀୟ ଲହର ମନ୍ଥର ହୋଇଛି କିନ୍ତୁ ସଂକ୍ରମଣର ପ୍ରକୋପ କମିବାର ନାଁ ନେଉନାହିଁ । ପୁଣିଥରେ ଦେଶରେ ୫୦ ହଜାରରୁ ଅଧିକ ନୂତନ ସଂକ୍ରମଣ ମାମଲା ଚିହ୍ନଟ ହୋଇଛି । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪ ହଜାର ୦୬୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧,୩୨୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୮ ହଜାର ୮୮୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୧୬,୧୩୭ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।
ଅଧିକ ପଢ଼ନ୍ତୁ:-ପୁଣି ପେଟ୍ରୋଲ-ଡିଜେଲ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆଜି କେତେ ବଢ଼ିଲା ରେଟ୍
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୮୨ ହଜାର ୭୭୮ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୯୦ ଲକ୍ଷ ୬୩ ହଜାର ୭୪୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୬ ଲକ୍ଷ ୨୭ ହଜାର ୫୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୯୧ ହଜାର ୬୯୮୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଅଧିକ ପଢ଼ନ୍ତୁ:-ଭାଙ୍ଗିଲା କୋହଲିଙ୍କ ସ୍ୱପ୍ନ, ଏପର୍ଯ୍ୟନ୍ତ ତାଙ୍କ ଅଧିନାୟକତ୍ୱରେ କୌଣସି ICC ଟାଇଟଲ୍ ଜିତି ପାରିନାହିଁ ଭାରତ
ଆଜି ଦେଶରେ କ୍ରମାଗତ ୪୨ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ଅଧିକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଜୁନ ୨୩ ପର୍ଯ୍ୟନ୍ତ ସାରା ଦେଶରେ ୩୦ କୋଟି ୧୬ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୪ ଲକ୍ଷ ୮୯ ହଜାର କୋରୋନା ଟିକାର ଡୋଜ୍ ଲାଗିସାରିଛି । ଏଥି ସହିତ ଏପର୍ଯ୍ୟନ୍ତ ୩୯ କୋଟି ୭୮ ଲକ୍ଷରୁ ଅଧିକ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ ଅଧିକ ରହିଛି ।
ଅଧିକ ପଢ଼ନ୍ତୁ:-ଆସୁଛି କୋରୋନାର 'ସୁପର ଭ୍ୟାକ୍ସିନ୍', ନା ରହିବ ଭାରିଆଣ୍ଟର ଚିନ୍ତା, ନା ରହିବ ମହାମାରୀର ବିପଦ!
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୦ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୬ ପ୍ରତିଶତ ରହିଛି । ସକ୍ରିୟ ମାମଲା ୨ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।