ନୂଆଦିଲ୍ଲୀ: Coronavirus in India: ଦେଶରେ ଲଗାତାର କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ଅନ୍ୟପକ୍ଷେ ମୃତ୍ୟୁ ସଂଖ୍ୟା ଚିନ୍ତା ବଢାଇବାରେ ଲାଗିଛି । ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ କୋରୋନା ଜନିତ ମୃତ୍ୟୁ ସଂଖ୍ୟାରେ କୌଣସି କମି ଆସିନାହିଁ । ସ୍ୱାସ୍ଥ୍ୟ ମନ୍ତ୍ରଣାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୭୦ ହଜାର ୪୨୧ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩,୯୨୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ଲକ୍ଷ ୧୯ ହଜାର ୫୦୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ପରେ ଗୋଟିଏ ଦିନରେ ୫୩,୦୦୧ ସକ୍ରିୟ ମାମଲା ହ୍ରାସ ଘଟିଛି । ଏହାପୂର୍ବରୁ ମାର୍ଚ୍ଚ ୩୦ରେ ୫୩,୫୪୮୦ ମାମଲା ଚିହ୍ନଟ ହୋଇଥିଲା ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ପୁଣି ବିଜେପି-ଶିବସେନା ଏକାଠି ହେବାକୁ ନେଇ ଚାଲିଛି ଚର୍ଚ୍ଚା, କିନ୍ତୁ ସଞ୍ଜୟ ରାଉତଙ୍କ ବୟାନରୁ ଆସିଛି ନୂଆ ଟ୍ୱିଷ୍ଟ


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨ କୋଟି ୯୫ ଲକ୍ଷ ୧୦ ହଜାର ୪୧୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୮୧ ଲକ୍ଷ ୬୨ ହଜାର ୯୪୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୯ ଲକ୍ଷ ୭୩ ହଜାର ୧୫୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୭୪ ହଜାର ୩୦୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୨୭ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୫ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୪ ପ୍ରତିଶତରୁ କମ୍ ହୋଇଯାଇଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।


ଅଧିକ ପଢ଼ନ୍ତୁ:-RT-PCR ରିପୋର୍ଟ ନୁହେଁ, ବରଂ ଏବେ ଟ୍ରେନରେ ଯାତ୍ରା କରିବା ପାଇଁ ଏହାର ପଡ଼ିବ ଆବଶ୍ୟକ! ଜାଣନ୍ତୁ କ'ଣ ରହିଛି ରେଲୱେର ପ୍ଲାନ୍


ଆଜି ଦେଶରେ କ୍ରମାଗତ ୩୨ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ଅଧିକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଜୁନ ୧୩ ପର୍ଯ୍ୟନ୍ତ ସାରା ଦେଶରେ ୨୫ କୋଟି ୪୮ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪ ଲକ୍ଷ ୯୯ ହଜାର ଟିକା ଲଗାଯାଇଥିଲା । ଏଥି ସହିତ ଏପର୍ଯ୍ୟନ୍ତ ୩୮ କୋଟିରୁ ଅଧିକ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୪.୯୨ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଥିଲା, ଯାହାର ପିଜିଟିଭ ହାର ୪ ପ୍ରତିଶତରୁ ଅଧିକ ଥିଲା ।