ଦେଶରେ ୧୦୩ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, ଦିନକରେ ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement
Article Detail0/zeeodisha/odisha930692

ଦେଶରେ ୧୦୩ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, ଦିନକରେ ଆଖି ବୁଜିଲେ ଏତିକି ସଂକ୍ରମିତ

Coronavirus in India: ଦେଶର ୧୦ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଛତିଶଗଡ, ଓଡିଶା, କର୍ଣ୍ଣାଟକ, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ସାମିଲ ରହିଛି । ବିଗତ  ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

ଦେଶରେ ୧୦୩ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, ଦିନକରେ ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ସାରା ଦେଶରେ ଲଗାତର କୋରୋନା ମାମଲା (Coronavirus Cases) ରେ ହ୍ରାସ ରେକର୍ଡ କରାଯାଉଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି । ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭ ହଜାର ୦୧୨ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧ ହଜାରରୁ କମ୍ ସଂକ୍ରମିତ ଆଖି ବୁଜିଛନ୍ତି । ଅର୍ଥାତ ୯୦୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ମାର୍ଚ୍ଚ ୧୭ ପରେ ଅର୍ଥାତ ୧୦୩ ଦିନ ପରେ ଏପରି ଘଟିଛି ଯେତେବେଳେ ୩୮,୦୦୦ରୁ କମ୍ ମାମଲା ସାମ୍ନାକୁ ଆସିଛି । ଏହା ପୂର୍ବରୁ ମାର୍ଚ୍ଚ ୧୭ରେ ୩୫,୮୩୮ ମାମଲା ଚିହ୍ନଟ ହୋଇଥିଲା । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୬ ହଜାର ୯୦୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୧୯,୮୨୬ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି ।  

ଅଧିକ ପଢ଼ନ୍ତୁ:-ପୁଣି ବଢ଼ିଲା ତୈଳ ଦର: ହାଇଦ୍ରାବାଦ ସମେତ ଏସବୁ ବଡ ସହରରେ ୧୦୦ ଟଙ୍କା ପାର କଲା ପେଟ୍ରୋଲ

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩ ଲକ୍ଷ ୧୬ ହଜାର ୮୯୭ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୯୩ ଲକ୍ଷ ୬୬ ହଜାର ୬୦୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୫ ଲକ୍ଷ ୫୨ ହଜାର ୬୫୯ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୯୭ ହଜାର ୬୩୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶର ୧୦ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଛତିଶଗଡ, ଓଡିଶା, କର୍ଣ୍ଣାଟକ, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ସାମିଲ ରହିଛି । ବିଗତ  ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

ଅଧିକ ପଢ଼ନ୍ତୁ:-LIC ର ଏହି ପଲିସିରେ ପ୍ରତିଦିନ ୨୮ ଟଙ୍କା ନିବେଶ କରି ପାଇପାରିବେ ୨୬ ଲକ୍ଷ ଟଙ୍କା, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ଲାନ୍...

ଦେଶର ୨୧ଟି ରାଜ୍ୟ ତଥା କେନ୍ଦ୍ର ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ  ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମ, ମଣିପୁର, ତ୍ରିପୁରା, ଆନ୍ଧ୍ରପ୍ରଦେଶ ସାମିଲ ରହିଛି ।

ଅଧିକ ପଢ଼ନ୍ତୁ:-ଅନେକ ରୋଗ ପାଇଁ ରାମବାଣ ହୋଇଥାଏ ଅଶ୍ୱଗନ୍ଧା, ଜାଣନ୍ତୁ ଏହାର ଚମତ୍କାରୀ ଲାଭ ବିଷୟରେ...

ମହାରାଷ୍ଟ୍ରରେ ସୋମବାର ଦିନ ୬,୭୨୭ ନୂଆ କୋରୋନା ମାମଲା ଚିହ୍ନଟ ହୋଇଥିବା ବେଳେ ୧୦୧ ଜଣଙ୍କର ମୃତ୍ୟୁ ଘଟିଛି । ରାଜ୍ୟରେ ମୋଟ କୋରୋନା ମାମଲା ୬୦,୪୩,୫୪୮ ରେ ପହଞ୍ଚିଛି ଏବଂ ମୃତ୍ୟୁ ସଂଖ୍ୟା ୧,୨୧,୫୭୩ରେ ପହଞ୍ଚିଛି । ସୋମବାର ଏଠାରେ ମୋଟ ୧୦,୮୧୨ ରୋଗୀଙ୍କୁ ଡିସଚାର୍ଜ କରାଯାଇଥିଲା । ଯାହା ପରେ ମହାରାଷ୍ଟ୍ରରେ ଆରୋଗ୍ୟ ହୋଇଥିବା ସଂକ୍ରମିତଙ୍କ ସଂଖ୍ୟା ୫୮,୦୦,୯୨୫ରେ ପହଞ୍ଚିଛି । ବର୍ତ୍ତମାନ ରାଜ୍ୟରେ ଚିକିତ୍ସିତ ହେଉଥିବା ରୋଗୀଙ୍କ ସଂଖ୍ୟା ୧,୧୭,୮୭୪ କୁ ହ୍ରାସ ପାଇଛି । ମହାରାଷ୍ଟ୍ରରେ ସଂକ୍ରମିତଙ୍କ ସୁସ୍ଥ ହାର ବର୍ତ୍ତମାନ ୯୫.୯୯ ପ୍ରତିଶତ ଥିବାବେଳେ ମୃତ୍ୟୁ ହାର ୨.୦୧ ପ୍ରତିଶତ ରହିଛି ।