ନୂଆଦିଲ୍ଲୀ: Coronavirus in India: ଦେଶରେ ଲଗାତର କୋରୋନା ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ଏହାସହ ମୃତ୍ୟୁ ସଂଖ୍ୟାରେ ମଧ୍ୟ ହ୍ରାସ ଘଟିଛି । ବିଗତ ୪ ଦିନ ଧରି ଲଗାତର ୫୦ ହଜାରରୁ କମ୍ କୋରୋନା ମାମଲା ସାମ୍ନାକୁ ଆସିଛି । ସ୍ୱାସ୍ଥ୍ୟ ମନ୍ତ୍ରାଳୟର ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୮ ହଜାର ୭୮୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୦୦୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୧ ହଜାର ୫୮୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଫଳରେ ଦିନକରେ ୧୩,୮୦୭ ସଂକ୍ରମିତଙ୍କ ସଂଖ୍ୟାରେ ହ୍ରାସ ଘଟିଛି । 


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-କ୍ଷୁଦ୍ର ସଞ୍ଚୟ ଯୋଜନାର ନିବେଶକଙ୍କୁ ବଡ଼ ଆଶ୍ୱସ୍ତି, ସୁଧ ହାରକୁ ନେଇ ଏହି ନିଷ୍ପତ୍ତି ନେଲେ ମୋଦି ସରକାର


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪ ଲକ୍ଷ ୧୧ ହଜାର ୬୩୪ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୯୪ ଲକ୍ଷ ୮୮ ହଜାର ୯୧୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୫ ଲକ୍ଷ ୨୩ ହଜାର ୨୫୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୯୯ ହଜାର ୪୫୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଅଧିକ ପଢ଼ନ୍ତୁ:-LPG ଗ୍ୟାସ୍ ସିଲିଣ୍ଡର ଶସ୍ତା ହେଲା ନା ମହଙ୍ଗା? ତୁରନ୍ତ ଚେକ୍ କରନ୍ତୁ ଜୁଲାଇ ୧ର ରେଟ୍


ଦେଶରେ ଲଗାତର ୪୯ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ରହିଛି । ଜୁନ ୩୦ ପର୍ଯ୍ୟନ୍ତ ସାରା ଦେଶରେ ୩୩ କୋଟି ୫୭ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୭ ଲକ୍ଷ ୬୦ ହଜାର କୋରୋନା ଟିକାର ଡୋଜ୍ ଲାଗିସାରିଛି । ଏଥି ସହିତ ଏପର୍ଯ୍ୟନ୍ତ ୪୧ କୋଟି କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ ଅଧିକ ରହିଛି ।


ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୧ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୨ ପ୍ରତିଶତରୁ କମ୍ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ତୃତୀୟ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।


ଅଧିକ ପଢ଼ନ୍ତୁ:-ଟିକା ବାହାନାରେ ଲୋକଙ୍କ ଶରୀରରେ ଲଗାଯାଉଛି ମାଇକ୍ରୋଚିପ୍? ଜାଣନ୍ତୁ ସଂପୂର୍ଣ୍ଣ ମାମଲା…


ଦେଶର ୧୦ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଛତିଶଗଡ, ଓଡିଶା, କର୍ଣ୍ଣାଟକ, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ସାମିଲ ରହିଛି । ବିଗତ  ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।


ଦେଶର ୨୧ଟି ରାଜ୍ୟ ତଥା କେନ୍ଦ୍ର ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ  ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମ, ମଣିପୁର, ତ୍ରିପୁରା, ଆନ୍ଧ୍ରପ୍ରଦେଶ ସାମିଲ ରହିଛି ।