ଦେଶରେ ପୁଣି ବଢ଼ିଲା କୋରୋନାର ନୂଆ ମାମଲା, ଦିନକରେ ଏତିକି ସଂକ୍ରମିତଙ୍କ ମୃତ୍ୟୁ
Advertisement

ଦେଶରେ ପୁଣି ବଢ଼ିଲା କୋରୋନାର ନୂଆ ମାମଲା, ଦିନକରେ ଏତିକି ସଂକ୍ରମିତଙ୍କ ମୃତ୍ୟୁ

ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨ କୋଟି ୮୩ ଲକ୍ଷ ୭ ହଜାର ୮୩୨ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୬୧ ଲକ୍ଷ ୭୯ ହଜାର ସଂକ୍ରମିତ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି ।

ଦେଶରେ ପୁଣି ବଢ଼ିଲା କୋରୋନାର ନୂଆ ମାମଲା, ଦିନକରେ ଏତିକି ସଂକ୍ରମିତଙ୍କ ମୃତ୍ୟୁ

ନୂଆଦିଲ୍ଲୀ: Coronavirus in India: ଦେଶରେ ବିଗତ କିଛି ଦିନ ହେବ କୋରୋନା ମାମଲା (COVID-19 Cases) ରେ ଲଗାତାର ହ୍ରାସ ରେକର୍ଡ କରାଯାଉଥିଲା । କିନ୍ତୁ ବର୍ତ୍ତମାନ ଆଜି ପୁଣି କୋରୋନା ମାମଲାରେ ସାମାନ୍ୟ ବୃଦ୍ଧି ଘଟିଛି । ସେହିପରି ମୃତ୍ୟୁ ସଂଖ୍ୟାରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ  ୧ ଲକ୍ଷ ୩୨ ହଜାର ୭୮୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୨୦୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨ ଲକ୍ଷ ୩୧ ହଜାର ୭୮୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ଅଧିକ ପଢ଼ନ୍ତୁ:-କୋରୋନା ଯୋଗୁଁ ଅନାଥ ହୋଇଗଲେ ୯୩୪୬ ପିଲା: NCPCR

ଆଜି ଦେଶରେ କ୍ରମାଗତ ୨୦ ଦିନ କୋରୋନାର ନୂଆ ମାମଲା ଅପେକ୍ଷା ଅଧିକ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଜୁନ ୧ ପର୍ଯ୍ୟନ୍ତ ସାରା ଦେଶରେ ୨୧ କୋଟି ୮୫ ଲକ୍ଷ ୪୬ ହଜାର ୬୬୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩ ଲକ୍ଷ ୯୭ ହଜାର ଟିକା ଦିଆଯାଇଥିଲା । ଏଥି ସହିତ ଏପର୍ଯ୍ୟନ୍ତ ୩୫ କୋଟିରୁ ଅଧିକ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୦ ଲକ୍ଷ କୋରୋନା ନମୁନା ପରୀକ୍ଷା କରାଯାଇଥିଲା, ଯାହାର ପିଜିଟିଭ ହାର ୬ ପ୍ରତିଶତରୁ ଅଧିକ ଥିଲା ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨ କୋଟି ୮୩ ଲକ୍ଷ ୭ ହଜାର ୮୩୨ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୨ କୋଟି ୬୧ ଲକ୍ଷ ୭୯ ହଜାର ସଂକ୍ରମିତ ହସ୍ପିଟାଲରୁ ଡିସଚାର୍ଜ ହୋଇଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧୭ ଲକ୍ଷ ୯୩ ହଜାର ୬୪୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୩ ଲକ୍ଷ ୩୫ ହଜାର ୧୦୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ସେହିପରି ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୨୧ କୋଟି ୮୫ ଲକ୍ଷ ୪୬ ହଜାର ୬୬୭ କୋରୋନା ଟିକାର ଡୋଜ୍ ଲାଗିସାରିଛି । 

ଅଧିକ ପଢ଼ନ୍ତୁ:-LIC ର ଏହି ପଲିସିରେ ପ୍ରତିଦିନ ୫୧ ଟଙ୍କା ନିବେଶ କରି ପାଇପାରିବେ ୩ ଲକ୍ଷ ୬୦ ହଜାର ଟଙ୍କା, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ଲାନ୍

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୧୮ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୨ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୭ ପ୍ରତିଶତରୁ କମ୍ ହୋଇଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦ୍ୱିତୀୟ ସ୍ଥାନରେ ରହିଛି । ସଂକ୍ରମିତ ମୋଟ ସଂଖ୍ୟା ଦୃଷ୍ଟିରୁ ଭାରତ ମଧ୍ୟ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।