ନୂଆଦିଲ୍ଲୀ: Coronavirus in India: ବିଗତ ୧୫ ଦିନ ହେବ ଭାରତରେ କୋରୋନା ସ୍ଥିତିରେ କୌଣସି ବିଶେଷ ପରିବର୍ତ୍ତନ ଆସିନାହିଁ । ପ୍ରତିଦିନ ପ୍ରାୟ ୪୦ ହଜାର ନୂତନ କୋରୋନା ସଂକ୍ରମିତ ମାମଲା ସାମ୍ନାକୁ ଆସୁଛି । ଏହାସହ ୫୦୦-୧୦୦୦ ସଂକ୍ରମିତଙ୍କ ମୃତ୍ୟୁ ଘଟୁଛି । ଶୁକ୍ରବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୯୪୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୪୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଅନ୍ୟପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦,୦୨୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ୍ ଦିନକରେ ୧୬୧୯ ସକ୍ରିୟ ମାମଲା ହ୍ରାସ ଘଟିଛି ।


COMMERCIAL BREAK
SCROLL TO CONTINUE READING

ଅଧିକ ପଢ଼ନ୍ତୁ:-ୱାସିମ ରିଜଭିଙ୍କ ବିରୋଧରେ ଦୁଷ୍କର୍ମ ମାମଲା ଦାୟର କରିବାକୁ କୋର୍ଟଙ୍କ ନିର୍ଦ୍ଦେଶ, ଜାଣନ୍ତୁ ସଂପୂର୍ଣ୍ଣ ଘଟଣା...


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୦ ଲକ୍ଷ ୨୬ ହଜାର କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧ ଲକ୍ଷ ୮୩ ହଜାର ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୩୦ ହଜାର କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୧୨ ହଜାର ୫୩୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ରହିଛି । ଜୁଲାଇ ୧୫ ପର୍ଯ୍ୟନ୍ତ ସାରା ଦେଶରେ ୩୯ କୋଟି ୫୩ ଲକ୍ଷ ୪୩ ହଜାର ୭୬୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ଲକ୍ଷ ୭୮ ହଜାର ୦୭୮ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୪ କୋଟି କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୯ ଲକ୍ଷ ୫୫ ହଜାର  କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ କମ୍ ରହିଛି ।


ଅଧିକ ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କ ବଢ଼ିଲା ମହଙ୍ଗା ଭତ୍ତା, କିନ୍ତୁ ମିଳିବନି ୧୮ ମାସର DA ଏରିୟର


ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ଦେଢ଼ ପ୍ରତିଶତରୁ କମ୍ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।