କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲା ଏତିକି ମାମଲା, ଆଖି ବୁଜିଲେ ୩୧୧ ସଂକ୍ରମିତ
Coronavirus in India: ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାର ୯୦୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି ।
ନୂଆଦିଲ୍ଲୀ: Coronavirus in India: ଦେଶରେ ପ୍ରତିଦିନ ପ୍ରାୟ ୧୦ ହଜାରରୁ ଅଧିକ କୋରୋନା ମାମଲାରେ ଚିହ୍ନଟ ହେଉଛି । ଏହାସହ ମୃତ୍ୟୁ ମାମଲାରେ ମଧ୍ୟ ବୃଦ୍ଧି ରେକର୍ଡ କରାଯାଉଛି । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧ ହଜାର ୯୦୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୧୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪,୧୫୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨,୫୬୭ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ନଭେମ୍ୱର ୨ ପର୍ଯ୍ୟନ୍ତ ସାରା ଦେଶରେ ୧୦୭ କୋଟି ୨୯ ଲକ୍ଷ ୬୬ ହଜାର ୩୧୫ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧ ଲକ୍ଷ ୧୬ ହଜାର ୨୩୦ କୋରୋନା ଟିକାର ଡୋଜ୍ ଲଗାଯାଇଛି ।
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୪୫ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦ୍ୱାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।
ଏହା ବି ପଢ଼ନ୍ତୁ:-ଅଯୋଧ୍ୟାରେ ଆରମ୍ଭ ହେଲା ଭବ୍ୟ ଦୀପାବଳୀ ଉତ୍ସବ; ଆରତୀ ଓ ଲେଜର ଶୋ'ର ପ୍ରଦର୍ଶନୀ, ଆଜି ୧୨ ଲକ୍ଷ ଦୀପ ଜଳାଇବାର ସୃଷ୍ଟି ହେବ ରେକର୍ଡ
ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
ଏହା ବି ପଢ଼ନ୍ତୁ:-ଦହି ଶରୀର ପାଇଁ ବେଶ ଉପକାରୀ, ଜାଣନ୍ତୁ ଏହାର ୧୮ଟି ଉପକାରିତା
ଏହା ବି ପଢ଼ନ୍ତୁ:-ନୀରଜଙ୍କ ସମେତ ୧୨ ଜଣ ଖେଳାଳିଙ୍କୁ ମିଳିବ ମେଜର ଧ୍ୟାନଚାନ୍ଦ ଖେଳ ରତ୍ନ ପୁରସ୍କାର, ଦେଖନ୍ତୁ ପୂରା ତାଲିକା
ଏହା ବି ପଢ଼ନ୍ତୁ:-ସମୀର ୱାଙ୍ଖଡ଼େ ପିନ୍ଧନ୍ତି ୧୦ କୋଟିର ଡ୍ରେସ୍, ପ୍ରାଇଭେଟ୍ ଆର୍ମି ଦ୍ୱାରା କରନ୍ତି ବଟି ଆଦାୟ, ଜାଣନ୍ତୁ ନବାବ ମଲିକଙ୍କ ୧୦ଟି ବଡ଼ ଅଭିଯୋଗ