କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍
X

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । 

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ହ୍ରାସ ରେକର୍ଡ କରାଯାଇଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪ ହଜାର ୩୧୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୬,୫୭୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୬,୯୯୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୮ ଲକ୍ଷ ୧ ହଜାର ୭୯୬କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୮୪ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୬,୩୪୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ବର୍ତ୍ତମାନ ସମୟରେ ରାଜ୍ୟରେ ୧ ଲକ୍ଷ ୧ ହଜାର ୪୧୯ ସକ୍ରିୟ ମାମଲା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୬ ହଜାର ୫୭୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୪୬ ଲକ୍ଷ ୭୩ ହଜାର ୪୪୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୯ ଲକ୍ଷ ୮୫ ହଜାର ୯୨୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୩ ଲକ୍ଷ ୨୦ ହଜାର ୦୫୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୨ ଲକ୍ଷ ୧୪ ହଜାର ୯୦୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୦ ହଜାର ୯୬୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୧୧ ପର୍ଯ୍ୟନ୍ତ ସାରା ଦେଶରେ ୯୫ କୋଟି ୮୯ ଲକ୍ଷ ୭୮ ହଜାର ୪୯ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୫ ଲକ୍ଷ ୮୬ ହଜାରରୁ ଉର୍ଦ୍ଧ୍ୱ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୫୮ କୋଟି ୫୦ ଲକ୍ଷ ୩୮ ହଜାର ୪୩ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୮୧ ହଜାର ୭୬୬ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଅଧିକ ପଢ଼ନ୍ତୁ:-କୋରୋନା ମଧ୍ୟରେ 'ଡବଲ୍ ଆଟାକ୍' ବଢ଼ାଇଲା ଚିନ୍ତା, ଏହାର ଆକ୍ରମଣରୁ ବଞ୍ଚିବା କଷ୍ଟକର!

ଅଧିକ ପଢ଼ନ୍ତୁ:-ଖୁସି ଖବର! ଏଣିକି ମାତ୍ର ୬୩୪ ଟଙ୍କାରେ ଘରେ ଡେଲିଭରୀ ହେବ LPG ସିଲିଣ୍ଡର, ଜାଣନ୍ତୁ କିପରି

ଅଧିକ ପଢ଼ନ୍ତୁ:-୬ କୋଟିରୁ ଉର୍ଦ୍ଧ୍ୱ PF ଖାତାଧାରୀଙ୍କୁ ମିଳିବ ଦୀପାବଳୀର ବଡ଼ ଉପହାର, ଖୁବ୍ ଶୀଘ୍ର ଖାତାରେ ଆସିବ ସୁଧ ଟଙ୍କା!

Trending news