ଦେଶରେ ପୁଣି ବଢ଼ିଲା କୋରୋନା ମାମଲା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ
Advertisement

ଦେଶରେ ପୁଣି ବଢ଼ିଲା କୋରୋନା ମାମଲା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୧୧,୦୭୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

ଦେଶରେ ପୁଣି ବଢ଼ିଲା କୋରୋନା ମାମଲା, ଦିନକରେ ଚିହ୍ନଟ ହେଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ପୁଣି ବୃଦ୍ଧି ଘଟିଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୯୮୭ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୪୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯,୮୦୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ମଙ୍ଗଳବାର ଦେଶରେ ୧୫ ହଜାର ୮୨୩ ସଂକ୍ରମିତ ଚିହ୍ନଟ ହୋଇଥିଲେ । ଆଜିର କୋରୋନା ମାମଲା ଗତକାଲିର କୋରୋନା ମାମଲା ତୁଳନାରେ ୧୬ ପ୍ରତିଶତ ଅଧିକ ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ବୁଧବାର ୧୧,୦୭୯ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୮ ଲକ୍ଷ ୨୦ ହଜାର ୬୯୮କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୩ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୬,୫୭୩ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ବର୍ତ୍ତମାନ ସମୟରେ ରାଜ୍ୟରେ ୯୭ ହଜାର ୬୩୦ ସକ୍ରିୟ ମାମଲା ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯ ହଜାର ୯୭୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ପର୍ଯ୍ୟନ୍ତ ୪୬ ଲକ୍ଷ ୯୫ ହଜାର ୯୦୪ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୨୦ ହଜାର ୭୩୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୩ ଲକ୍ଷ ୬୨ ହଜାର ୭୦୯ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୨ ଲକ୍ଷ ୬ ହଜାର ୫୮୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୧ ହଜାର ୪୩୫ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୧୩ ପର୍ଯ୍ୟନ୍ତ ସାରା ଦେଶରେ ୯୬ କୋଟି ୮୨ ଲକ୍ଷ ୨୦ ହଜାର ୯୯୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫ ଲକ୍ଷ ୬୬ ହଜାର ୩୪୭ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୫୮ କୋଟି ୭୬ ଲକ୍ଷ ୬୪ ହଜାର ୫୨୫ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଲକ୍ଷ ୧ ହଜାର ୮୩ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଅଧିକ ପଢ଼ନ୍ତୁ:-'ଚରସ ସେବନ କରିବା କଥା ସ୍ୱୀକାର କରିଛନ୍ତି ଆର୍ୟନ, ଅରବାଜ୍ ମର୍ଚାଣ୍ଟଙ୍କ ପାଖରୁ ମିଳିଛି ୬ ଗ୍ରାମ ମାଦକ ଦ୍ରବ୍ୟ'

ଅଧିକ ପଢ଼ନ୍ତୁ:-ପୁଣି ବଢ଼ିଲା ତୈଳ ଦର, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ପେଟ୍ରୋଲ-ଡିଜେଲର ନୂଆ ରେଟ୍

ଅଧିକ ପଢ଼ନ୍ତୁ:-ଏୟାର ଇଣ୍ଡିଆ ପରେ ବର୍ତ୍ତମାନ ଏହି ସରକାରୀ କମ୍ପାନୀ ବିକିବେ ସରକାର, ପ୍ରସ୍ତୁତି ଶେଷ! ସମ୍ପୂର୍ଣ୍ଣ ସୂଚନା ଦେଲା ଅର୍ଥ ମନ୍ତ୍ରଣାଳୟ