କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍
Advertisement

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୬,୬୭୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । 

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ହ୍ରାସ ରେକର୍ଡ କରାଯାଉଛି । ୮ ମାସ ପରେ ଦେଶରେ ସବୁଠାରୁ କମ୍ କୋରୋନା ମାମଲା ଚିହ୍ନଟ ହୋଇଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୩ ହଜାର ୦୫୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୪ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯,୪୭୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୬୧୫୨ ସକ୍ରିୟ ମାମଲାରେ ହ୍ରାସ ଘଟିଛି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୬,୬୭୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୮ ଲକ୍ଷ ୬୦ ହଜାର ୯୯୭କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୦ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୬,୯୨୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧,୦୨୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସମୟରେ ୮୩,୧୮୪ କୋରୋନାର ସକ୍ରିୟ ମାମଲା ରହିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୭,୫୦,୨୯୩ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । 

ଏହା ବି ପଢ଼ନ୍ତୁ:-କେନ୍ଦ୍ର କର୍ମଚାରୀଙ୍କୁ ଦୀପାବଳୀର ଉପହାର, ୩୦ ଦିନର ଦରମାର ବରାବର ମିଳିବ ବୋନସ୍

ଏହା ବି ପଢ଼ନ୍ତୁ:-BSNL ର ଉପହାର: ଏହି ଗ୍ରାହକଙ୍କୁ ୪ ମାସ ପାଇଁ ମାଗଣା ମିଳିବ ଇଣ୍ଟରନେଟ୍, ଜାଣନ୍ତୁ ଏହି ନୂତନ ଅଫର୍ ବିଷୟରେ...

ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଏହା ବି ପଢ଼ନ୍ତୁ:-ଏହି କିମ୍ବଦନ୍ତୀ କ୍ରିକେଟରଙ୍କ ହେଲା ଅଚାନକ ନିଧନ, କ୍ରୀଡା ଜଗତରେ ଶୋକର ଛାୟା

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୦ ଲକ୍ଷ ୯୪ ହଜାର ୩୭୩ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୪ ଲକ୍ଷ ୫୮ ହଜାର ୮୦୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୮୩ ହଜାର ୧୧୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୨ ହଜାର ୪୫୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୧୮ ପର୍ଯ୍ୟନ୍ତ ସାରା ଦେଶରେ ୯୮ କୋଟି ୬୭ ଲକ୍ଷ ୬୯ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨ ଲକ୍ଷ ୫ ହଜାର କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୫୯ କୋଟି ୧୯ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୯ ଲକ୍ଷ ୮୯ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୫୬ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।