ଗୁଡ୍ ନ୍ୟୁଜ୍: କୋରୋନା ଭ୍ୟାକ୍ସିନ ମାମଲାରେ ଇତିହାସ ରଚିଲା ଭାରତ
Advertisement

ଗୁଡ୍ ନ୍ୟୁଜ୍: କୋରୋନା ଭ୍ୟାକ୍ସିନ ମାମଲାରେ ଇତିହାସ ରଚିଲା ଭାରତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । 

ଗୁଡ୍ ନ୍ୟୁଜ୍: କୋରୋନା ଭ୍ୟାକ୍ସିନ ମାମଲାରେ ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ବୃଦ୍ଧି ରେକର୍ଡ କରାଯାଇଛି । ଗୁରୁବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୮ ହଜାର ୪୫୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬୦ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୭,୫୬୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୬୧୫୨ ସକ୍ରିୟ ମାମଲାରେ ହ୍ରାସ ଘଟିଛି । ଆଜିର ସବୁଠାରୁ ବଡ଼ କଥା ହେଉଛି ଯେ ଦେଶରେ ୧୦୦ କୋଟିରୁ ଉର୍ଦ୍ଧ୍ୱ କୋରୋନା ଡୋଜ୍ ଲାଗିସାରିଛି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୧୧,୧୫୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୮ ଲକ୍ଷ ୭୯ ହଜାର ୭୯୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୭,୦୮୪ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୮,୫୯୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସମୟରେ ୮୨,୭୩୮ କୋରୋନାର ସକ୍ରିୟ ମାମଲା ରହିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୭,୬୯,୩୭୩ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୨୭ ହଜାର ୪୫୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୪ ଲକ୍ଷ ୯୫ ହଜାର ୮୦୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୭୮ ହଜାର ୮୩୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୨ ହଜାର ୮୧୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୫୯ କୋଟି ୫୭ ଲକ୍ଷ ୪୨ ହଜାର ୨୧୮ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨ ଲକ୍ଷ ୪୭ ହଜାର ୫୦୬ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୫୨ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଏହା ବି ପଢ଼ନ୍ତୁ:-ପ୍ରଥମ ଥର ପାଇଁ ଭାରତକୁ ନେଇ ଏହି ବଡ଼ ଦାବି କଲା ତାଲିବାନ

ଏହା ବି ପଢ଼ନ୍ତୁ:-ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି ପେଟ୍ରୋଲ-ଡିଜେଲର ଦାମ୍, ଗାଡ଼ିରେ ତେଲ ଭରିବା ପୂର୍ବରୁ ଚେକ୍ କରନ୍ତୁ ଆଜିର ରେଟ୍

ଏହା ବି ପଢ଼ନ୍ତୁ:-କୃଷକଙ୍କ ପାଇଁ ଗୁଡ୍ ନ୍ୟୁଜ୍! ଏହି ଦିନ ଆସିବ ପିଏମ କିସାନ ଯୋଜନାର ଦଶମ କିସ୍ତି

ଏହା ବି ପଢ଼ନ୍ତୁ:-ତାଲିବାନକୁ ନେଇ ଋଷରେ ଭାରତ, ପାକିସ୍ତାନ ସମେତ ଏହି ୧୦ଟି ଦେଶ ହେବେ ଏକାଠି, ନେଇପାରନ୍ତି ବହୁତ ବଡ଼ ନିଷ୍ପତ୍ତି