ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ପୁଣି ସାମାନ୍ୟ ବୃଦ୍ଧି ଦେଖାଦେଇଛି । ସୋମବାର ଦିନ ୮ ମାସ ପରେ ଦେଶରେ ସବୁଠାରୁ କମ୍ କୋରୋନା ମାମଲା ଚିହ୍ନଟ ହୋଇଥିଲା । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪ ହଜାର ୬୨୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୯,୪୪୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । 


COMMERCIAL BREAK
SCROLL TO CONTINUE READING

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୭,୬୪୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୮ ଲକ୍ଷ ୬୮ ହଜାର ୬୪୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୭ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୬,୦୦୨ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୦,୪୮୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସମୟରେ ୮୦,୨୬୨ କୋରୋନାର ସକ୍ରିୟ ମାମଲା ରହିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୭,୬୦,୭୮୧ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । 


ଏହା ବି ପଢ଼ନ୍ତୁ:-ତାଲିବାନ ପାଇଁ ଖୁସି ଖବର! ଆଫଗାନିସ୍ତାନକୁ ନେଇ ପୁଣି ସକ୍ରିୟ ହେଲା ଋଷ


ଏହା ବି ପଢ଼ନ୍ତୁ:-କ୍ୟାପଟେନ ଅମରିନ୍ଦର ଗଢ଼ିବେ ନୂଆ ଦଳ, ବିଜେପି ସହ କରିବେ ମେଣ୍ଟ, କିନ୍ତୁ ରଖିଲେ ଏହି ସର୍ତ୍ତ


ଏହା ବି ପଢ଼ନ୍ତୁ:-ପୁଣି ବଢ଼ିଲା ତୈଳ ଦର, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ପେଟ୍ରୋଲ-ଡିଜେଲର ନୂଆ ରେଟ୍


ଏହା ବି ପଢ଼ନ୍ତୁ:-ଏକ ମାତ୍ର ଭଲ କାମ: ତାଲିବାନ ନେଲା ଏଭଳି ଏକ ପଦକ୍ଷେପ, ଦୁନିଆ କରୁଛି ପ୍ରଶଂସା


ଏହା ବି ପଢ଼ନ୍ତୁ:-ଏହି ଆସନରୁ ନିର୍ବାଚନ ଲଢ଼ିବେ ପ୍ରିୟଙ୍କା!


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୧ ଲକ୍ଷ ୮ ହଜାର ୯୯୬ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୪ ଲକ୍ଷ ୭୮ ହଜାର ୨୪୭ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୭୮ ହଜାର ୦୯୮ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୨ ହଜାର ୬୫୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୧୯ ପର୍ଯ୍ୟନ୍ତ ସାରା ଦେଶରେ ୯୯ କୋଟି ୧୨ ଲକ୍ଷ ୮୨ ହଜାର ୨୮୩ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୧ ଲକ୍ଷ ୩୬ ହଜାର ୧୪୨ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୫୯ କୋଟି ୪୪ ଲକ୍ଷ ୨୯ ହଜାର ୮୯୦ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଲକ୍ଷ ୨୩ ହଜାର ୭୦୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।


ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୫୨ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦଶମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।