ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁର ପ୍ରକୋପ ଧୀରେ ଧୀରେ କମ୍ ହେବାରେ ଲାଗିଛି । ୮ ମାସ ପରେ ଦେଶରେ ଗୋଟିଏ ଦିନରେ ସବୁଠାରୁ କମ୍ ମାମଲା ଚିହ୍ନଟ ହୋଇଛି । ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨ ହଜାର ୪୨୮ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୫୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୫୯୧ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୩ ହଜାର ୮୭୯ ସକ୍ରିୟ ମାମଲାରେ ହ୍ରାସ ଘଟିଛି । 


COMMERCIAL BREAK
SCROLL TO CONTINUE READING

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୬,୬୬୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୯ ଲକ୍ଷ ୧୨ ହଜାର ୭୮୯କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୩ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି ।  ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୯,୦୧୦ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା  ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୮,୧୭,୭୮୫ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । 


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୨ ହଜାର ୨୦୨ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୫ ଲକ୍ଷ ୮୩ ହଜାର ୩୧୮ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୬୩ ହଜାର ୮୧୬ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୫ ହଜାର ୬୮ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 


ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୨୫ ପର୍ଯ୍ୟନ୍ତ ସାରା ଦେଶରେ ୧୦୨ କୋଟି ୯୪ ଲକ୍ଷ ୧ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୪ ଲକ୍ଷ ୭୫ ହଜାର କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୦ କୋଟି କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୩୧ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।


ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୮ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୪୯ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଦ୍ୱାଦଶ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।


ଏହା ବି ପଢ଼ନ୍ତୁ:-ତାଇୱାନକୁ ନେଇ ଆମେରିକାକୁ କଡ଼ା ଚେତାବନୀ ଦେଲା ଚୀନ, କହିଲା...


ଏହା ବି ପଢ଼ନ୍ତୁ:-ଲେମ୍ବୁରୁ ମିଳିଥାଏ ଏସବୁ ଲାଭ, ଜାଣି ଚକିତ ହେବେ ଆପଣ


ଏହା ବି ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍


ଏହା ବି ପଢ଼ନ୍ତୁ:-ଯଦି ଆପଣଙ୍କର ଅଛି LIC ର କୌଣସି ପଲିସି, ତେବେ ତୁରନ୍ତ ଏପରି ଚେକ୍ କରନ୍ତୁ ମ୍ୟାଚୁରିଟି ଓ ପ୍ରିମିୟମର ଷ୍ଟେଟସ୍


ଏହା ବି ପଢ଼ନ୍ତୁ:-ସାଧାରଣ ଜନତାଙ୍କୁ ଝଟକା! ପାର୍ବଣ ଋତୁରେ ମହଙ୍ଗା ହେଲା ଖାଇବା ତେଲ, ଜାଣନ୍ତୁ କାହାର କେତେ ବଢ଼ିଛି ଦର?