କୋରୋନା ମାମଲାରେ ଆସିଲା ଆଶ୍ୱସ୍ତିକର ଖବର
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି ।
ନୂଆଦିଲ୍ଲୀ: Coronavirus in India: ଦେଶରେ କୋରୋନା ଭୂତାଣୁ ମାମଲାରେ ଲଗାତର ହ୍ରାସ ଘଟିବାରେ ଲାଗିଛି । କିନ୍ତୁ ମୃତ୍ୟୁ ମାମଲାରେ ବୃଦ୍ଧି ଦେଖାଦେଇଛି । ରବିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨ ହଜାର ୮୩୦ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୪୬ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୪,୬୬୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ମଙ୍ଗଳବାର ୭,୪୨୭ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୯ ଲକ୍ଷ ୬୧ ହଜାର ୪୯୦କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୬୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୩୧,୫୧୪ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭,୧୬୬ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଯାହା ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ ୪୮,୫୦,୭୪୨ କୋରୋନା ସଂକ୍ରମିତ ସୁସ୍ଥ ହୋଇସାରିଛନ୍ତି । ରାଜ୍ୟରେ ବର୍ତ୍ତମାନ ସମୟରେ ୭୮,୬୨୪ କୋରୋନାର ସକ୍ରିୟ ମାମଲା ରହିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୪୨ ଲକ୍ଷ ୭୩ ହଜାର ୩୦୦ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩୬ ଲକ୍ଷ ୫୫ ହଜାର ୮୪୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୫୯ ହଜାର ୨୭୨ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୫୮ ହଜାର ୧୮୬ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅକ୍ଟୋବର ୩୦ ପର୍ଯ୍ୟନ୍ତ ସାରା ଦେଶରେ ୧୦୬ କୋଟି ୧୪ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୦ କୋଟି ୮୩ ଲକ୍ଷ ୧୯ ହଜାର ୯୧୫ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୩୫ ହଜାର ୧୪୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୨ ପ୍ରତିଶତର କମ୍ ରହିଛି ।
ଏହା ବି ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
ଏହା ବି ପଢ଼ନ୍ତୁ:-ବ୍ୟାଙ୍କ ଆକାଉଣ୍ଟ ସହ ଜଡ଼ିତ ନୂଆ ଗାଇଡଲାଇନ୍ ଜାରି କଲା RBI, ଜାଣନ୍ତୁ ସଂପୂର୍ଣ୍ଣ ମାମଲା
ଏହା ବି ପଢ଼ନ୍ତୁ:-ଆପଣଙ୍କ ଶରୀରରେ ରକ୍ତହୀନତା ଦେଖାଦେଉଛି କି? ତେବେ ଖାଆନ୍ତୁ ଏହି ୬ଟି ସୁରପଫୁଡ୍