କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୫୬ ସଂକ୍ରମିତ
ନୂଆଦିଲ୍ଲୀ: Coronavirus in India: ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୬୫୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୫ ଲକ୍ଷ ୮ ହଜାର ୪୯୩କୁ ବୃଦ୍ଧି ପାଇଛି ।
ନୂଆଦିଲ୍ଲୀ: Coronavirus in India: ଦେଶରେ ଲଗାତର ପଞ୍ଚମ ଦିନ ୩୦ ହଜାରରୁ ଅଧିକ କୋରୋନା ଭୂତାଣୁ ମାମଲା ସାମ୍ନାକୁ ଆସିଛି । ସୋମବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦ ହଜାର ୨୫୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୯୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୩,୯୩୮ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୧୩,୯୭୭ ସଂକ୍ରମିତ ମାମଲାରେ ହ୍ରାସ ଘଟିଛି ।
ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ସୋମବାର ୧୯,୬୫୩ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୫ ଲକ୍ଷ ୮ ହଜାର ୪୯୩କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୫୨ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୩,୫୯୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬,୭୧୧ ସଂକ୍ରମିତ ସୁସ୍ଥ ମଧ୍ୟ ହୋଇଛନ୍ତି । ଯାହା ପରେ ରାଜ୍ୟରେ ସଂକ୍ରମଣକୁ ମାତ୍ ଦେଇଥିବା ଲୋକଙ୍କ ସଂଖ୍ୟା ୪୩ ଲକ୍ଷ ୧୦ ହଜାର ୬୭୪ରେ ପହଞ୍ଚିଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୪ ଲକ୍ଷ ୭୮ ହଜାର ୪୧୯ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୭ ଲକ୍ଷ ୧୫ ହଜାର ୧୦୫ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୧୮ ହଜାର ୧୦୫ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୫ ହଜାର ୧୩୩ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଦେଶରେ ଆଜି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୧୯ ପର୍ଯ୍ୟନ୍ତ ସାରା ଦେଶରେ ୮୦ କୋଟି ୮୫ ଲକ୍ଷ ୬୮ ହଜାର କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭ ଲକ୍ଷ ୭୮ ହଜାର କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୫ କୋଟି ୩୬ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୧ ଲକ୍ଷ ୭୭ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୦.୯୯ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।
ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍
ଅଧିକ ପଢ଼ନ୍ତୁ:-ଆପଣଙ୍କର ମୋବାଇଲ୍ ସିମ୍ କାର୍ଡ ସହ ଜଡିତ ନିୟମରେ ସରକାର କଲା ବଡ଼ ପରିବର୍ତ୍ତନ, ଜାଣନ୍ତୁ ସଂପୂର୍ଣ୍ଣ ବିଷୟ
ଅଧିକ ପଢ଼ନ୍ତୁ:-ପଞ୍ଜାବ ପରେ ଏବେ ଏହି କଂଗ୍ରେସ ଶାସିତ ରାଜ୍ୟରେ ହୋଇପାରେ ନେତୃତ୍ୱ ପରିବର୍ତ୍ତନ!
ଅଧିକ ପଢ଼ନ୍ତୁ:-ଜାଣନ୍ତୁ କାହିଁକି ସିଏମ ପଦରୁ ହଟିଲେ କ୍ୟାପଟେନ?