କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୮୪ ସଂକ୍ରମିତ
X

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୮୪ ସଂକ୍ରମିତ

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୧୫,୮୭୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

କୋରୋନା ସଙ୍କଟ: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ଆଖି ବୁଜିଲେ ୨୮୪ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଭାରତରେ ଲଗାତର କୋରୋନା ଭୂତାଣୁ ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭ ହଜାର ୧୭୬ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୮୪ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮,୦୧୨ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୧୧,୧୨୦ ସଂକ୍ରମିତ ମାମଲାରେ ହ୍ରାସ ଘଟିଛି ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୧୫,୮୭୬ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୪ ଲକ୍ଷ ୬ ହଜାର ୩୬୫କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୯ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୨,୭୭୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୩ ଲକ୍ଷ ୧୬ ହଜାର ୭୫୫ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୫ ଲକ୍ଷ ୨୨ ହଜାର ୧୭୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୫୧ ହଜାର ୦୮୭ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୩ ହଜାର ୪୯୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୧୪ ପର୍ଯ୍ୟନ୍ତ ସାରା ଦେଶରେ ୭୫ କୋଟି ୮୯ ଲକ୍ଷ ୧୨ ହଜାର ୨୭୭ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୬୧ ଲକ୍ଷ ୧୫ ହଜାର ୬୯୦ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୪ କୋଟି ୬୦ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୬ ଲକ୍ଷ ୧୦ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୩ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ପ୍ରକାଶ ପାଇଲା JEE ମେନ୍ ପରୀକ୍ଷାର ଫଳାଫଳ, ଏପରି ଚେକ୍ କରନ୍ତୁ ରେଜଲ୍ଟ

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଅଧିକ ପଢ଼ନ୍ତୁ:-ନାଭିରେ ତେଲ ଲଗାଇବା ଦ୍ୱାରା ମିଳିଥାଏ ଜବରଦସ୍ତ ଲାଭ, ପୁରୁଷଙ୍କ ସ୍ୱାସ୍ଥ୍ୟ ପାଇଁ ମଧ୍ୟ ହୋଇଥାଏ ବହୁତ ଲାଭଦାୟକ

Trending news