କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍
Advertisement

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

Coronavirus in India: ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୬ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

କୋରୋନା ମାମଲାରେ ଆସିଲା ଗୁଡ୍ ନ୍ୟୁଜ୍

ନୂଆଦିଲ୍ଲୀ: Coronavirus in India: ବିଗତ କିଛି ଦିନ ହେବ ଭାରତରେ କୋରୋନା ଭୂତାଣୁ ମାମଲାରେ ହ୍ରାସ ରେକର୍ଡ କରାଯାଉଛି । ରବିବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୭ ହଜାର ୨୫୪ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୨୧୯ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭,୬୮୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଦିନକରେ ୧୦,୬୫୨ ସଂକ୍ରମିତ ମାମଲାରେ ହ୍ରାସ ଘଟିଛି । ଗୋଟିଏ ଦିନ ପୂର୍ବେ ଦେଶରେ ୨୮,୫୯୧ ମାମଲା ସାମ୍ନାକୁ ଆସିଥିଲା ।

ଦେଶରେ ସବୁଠାରୁ ଅଧିକ କୋରୋନା ମାମଲା କେରଳରୁ ଆସୁଛି । କେରଳରେ ରବିବାର ୨୦,୨୪୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହା ପରେ ରାଜ୍ୟରେ ମୋଟ ମାମଲା ୪୩ ଲକ୍ଷ ୭୫ ହଜାର ୪୩୧କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୬୭ ଜଣ ରୋଗୀ ମହାମାରୀ ହେତୁ ମୃତ୍ୟୁ ବରଣ କରିଛନ୍ତି । ଯାହା ପରେ ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୨୨,୫୫୧ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ୪୧ ଲକ୍ଷ ୩୦ ହଜାର ୬୫ ସଂକ୍ରମିତ ସୁସ୍ଥ ହୋଇଛନ୍ତି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୩୨ ଲକ୍ଷ ୬୪ ହଜାର ୧୭୫ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୨୪ ଲକ୍ଷ ୪୭ ହଜାର ୦୩୨ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୭୪ ହଜାର ୨୬୯ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୪୨ ହଜାର ୮୭୪ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଅଧିକ ପଢ଼ନ୍ତୁ:-ଅଧିନାୟକତ୍ୱ ଛାଡିବେ କୋହଲି? ଟି-20 ବିଶ୍ୱକପ ପରେ ଏହି ଖେଳାଳି ହୋଇପାରନ୍ତି ଭାରତର ଅଧିନାୟକ

ଅଧିକ ପଢ଼ନ୍ତୁ:-ପାକିସ୍ତାନ ଗାଲରେ ତାଲିବାନର ଶକ୍ତ ଚାପୁଡ଼ା, ଜାଣନ୍ତୁ ସଂପୂର୍ଣ୍ଣ ଘଟଣା

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ସେପ୍ଟେମ୍ୱର ୧୦ ପର୍ଯ୍ୟନ୍ତ ସାରା ଦେଶରେ ୭୪ କୋଟି ୩୮ ଲକ୍ଷ ୩୭ ହଜାର ୬୪୩ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩ ଲକ୍ଷ ୩୮ ହଜାର ୯୪୫ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୫୪ କୋଟି ୩୦ ଲକ୍ଷ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୨ ଲକ୍ଷ ୮ ହଜାର କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୧୬ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ସପ୍ତମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

ଅଧିକ ପଢ଼ନ୍ତୁ:-ତୈଳ କମ୍ପାନୀଗୁଡିକ ଜାରି କଲେ ଆଜିର ଡିଜେଲ-ପେଟ୍ରୋଲର ଦାମ୍, Fuel ଭରିବା ପୂର୍ବରୁ ଚେକ୍ କରନ୍ତୁ ରେଟ୍

ଅଧିକ ପଢ଼ନ୍ତୁ:-ପୁରୁଷଙ୍କ ଏସବୁ ସମସ୍ୟାକୁ ଦୂର କରିବାରେ ବହୁତ ପ୍ରଭାବଶାଳୀ ୧୨ଟି କିସମିସ! ଏହି ସମୟରେ କରନ୍ତୁ ସେବନ, ମିଳିବ ଆଶ୍ଚର୍ଯ୍ୟଜନକ ଲାଭ