ନୂଆଦିଲ୍ଲୀ: Coronavirus in India: ଭାରତରେ ଓମିକ୍ରନ ମାମଲା ବଢ଼ିବା ସହ କୋରୋନା ମାମଲା ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଦେଶରେ ବର୍ତ୍ତମାନ ସୁଦ୍ଧା ୧୮୯୨ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇସାରିଛି । ସେହିପରି ମଙ୍ଗଳବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭ ହଜାର ୩୭୯ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨୪ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୧,୦୦୭ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୨୬,୨୪୮ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି । 


COMMERCIAL BREAK
SCROLL TO CONTINUE READING

ସୋମବାର ଜାତୀୟ ରାଜଧାନୀ ଦିଲ୍ଲୀରେ ୪,୦୦୦ରୁ ଅଧିକ କୋରୋନା ମାମଲା ଚିହ୍ନଟ ହୋଇଛି । ଏହା ପରେ ସଂକ୍ରମଣ ହାର ୬.୪୬ ପ୍ରତିଶତକୁ ବୃଦ୍ଧି ପାଇଛି । ସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ଆଜି (ସୋମବାର) ଅପରାହ୍ନ ପ୍ରାୟ ୫ଟାରେ ପ୍ରକାଶିତ ତଥ୍ୟ ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪,୦୯୯ ମାମଲା ଚିହ୍ନଟ ହୋଇଛି । ଯାହାକି ଗତ ବର୍ଷ ମେ ୧୮ ତାରିଖ ପରେ ସର୍ବାଧିକ କୋରୋନା ମାମଲା ଅଟେ । ଗତ ବର୍ଷ ମେ ୧୮ରେ ୪,୪୮୨ ମାମଲା ଚିହ୍ନଟ ହୋଇଥିଲା ।


ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୩ କୋଟି ୪୯ ଲକ୍ଷ ୬୦ ହଜାର ୮୩୦ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୩ କୋଟି ୪୩ ଲକ୍ଷ ୬ ହଜାର ୪୧୪ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୧ ଲକ୍ଷ ୭୧ ହଜାର ୮୩୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୮୨ ହଜାର ୧୭ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।


ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜାନୁଆରୀ ୩ ପର୍ଯ୍ୟନ୍ତ ସାରା ଦେଶରେ ୧୪୬ କୋଟି ୭୦ ଲକ୍ଷ ୧୮ ହଜାର ୪୬୪ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୯ ଲକ୍ଷ ୨୭ ହଜାର ୭୯୭ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୮ କୋଟି ୨୪ ଲକ୍ଷ ୨୮ ହଜାର ୫୯୫ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୧ ଲକ୍ଷ ୫୪ ହଜାର ୩୦୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ ଅଧିକ ରହିଛି ।