ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୫୮ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ୫୩୪ ସଂକ୍ରମିତ
Advertisement

ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୫୮ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ୫୩୪ ସଂକ୍ରମିତ

Coronavirus in India: ଦେଶରେ କେରୋନା ମାମଲା ଅତି ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଯାହା ପରେ ଦେଶରେ ଏକ ନୂଆ ସଙ୍କଟ ଦେଖାଦେଇଛି । ଦେଶରେ ବର୍ତ୍ତମାନ ସୁଦ୍ଧା ୨୧୩୫ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇସାରିଛି । 

ଦେଶରେ ବଢ଼ିଲା କୋରୋନା ସଙ୍କଟ: ଦିନକରେ ଚିହ୍ନଟ ହେଲା ୫୮ ହଜାରରୁ ଉର୍ଦ୍ଧ୍ୱ ମାମଲା, ଆଖି ବୁଜିଲେ ୫୩୪ ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ କେରୋନା ମାମଲା ଅତି ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି । ଯାହା ପରେ ଦେଶରେ ଏକ ନୂଆ ସଙ୍କଟ ଦେଖାଦେଇଛି । ଦେଶରେ ବର୍ତ୍ତମାନ ସୁଦ୍ଧା ୨୧୩୫ ଓମିକ୍ରନ୍ ସଂକ୍ରମିତ ଚିହ୍ନଟ ହୋଇସାରିଛି । ସେହିପରି ବୁଧବାର ସକାଳେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୮ ହଜାର ୯୭ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୩୪ ସଂକ୍ରମିତଙ୍କର ମୃତ୍ୟୁ ମାମଲା ସାମ୍ନାକୁ ଆସିଛି । ସେପଟେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୫,୩୮୯ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗୋଟିଏ ଦିନରେ ଦେଶରେ ୪୨,୧୭୪ ସକ୍ରିୟ ମାମଲାରେ ବୃଦ୍ଧି ଘଟିଛି । 

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ଦେଶରେ ମୋଟ ୩ କୋଟି ୫୦ ଲକ୍ଷ ୧୮ ହଜାର ୯୨୭ ସଂକ୍ରମିତ ମାମଲା ଚିହ୍ନଟ ହୋଇସାରିଛି । ସେହିପରି ଦେଶରେ ମୋଟ ୩ କୋଟି ୪୩ ଲକ୍ଷ ୨୧ ହଜାର ୮୦୩ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୨ ଲକ୍ଷ ୧୪ ହଜାର ୪ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୮୨ ହଜାର ୫୫୧ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ଏହା ବି ପଢ଼ନ୍ତୁ:-ବିଜୁଳି ବିଲ୍ ହୋଇଯିବ ଅଧାରୁ କମ୍! କେବଳ ଆପଣାନ୍ତୁ ଏହି ୨ଟି ଉପାୟ

ଏହା ବି ପଢ଼ନ୍ତୁ:-ଅଶୋଧିତ ତୈଳ ମୂଲ୍ୟରେ ବୃଦ୍ଧି, ଜାଣନ୍ତୁ ଆପଣଙ୍କ ସହରରେ ଶସ୍ତା ନା ମହଙ୍ଗା ହେଲା ପେଟ୍ରୋଲ-ଡିଜେଲ

ଏହା ବି ପଢ଼ନ୍ତୁ:-ଏହି ଦେଶରେ ଆସିଲା କୋରୋନା ସୁନାମି, ଦିନକରେ ଚିହ୍ନଟ ହେଲେ ୧୦ ଲକ୍ଷ ସଂକ୍ରମିତ

ଏହା ବି ପଢ଼ନ୍ତୁ:-ଆଜିଠୁ ଆରମ୍ଭ ହେବ ମାଟ୍ରିକ ବୋର୍ଡର ବିକଳ୍ପ ପରୀକ୍ଷା

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ହ୍ରାସ ଦେଖାଦେଇଛି । ଜାନୁଆରୀ ୪ ପର୍ଯ୍ୟନ୍ତ ସାରା ଦେଶରେ ୧୪୭ କୋଟି ୭୨ ଲକ୍ଷ ୮ ହଜାର ୮୪୬ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୯୬ ଲକ୍ଷ ୪୩ ହଜାର ୨୩୮ କୋରୋନା ଟିକାର ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ୬୮ କୋଟି ୩୮ ଲକ୍ଷ ୧୭ ହଜାର ୨୪୨ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୩ ଲକ୍ଷ ୮୮ ହଜାର ୬୪୭ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ ଅଧିକ ରହିଛି ।