ଗୁଡ୍ ନ୍ୟୁଜ: ଦେଶରେ ୧୨୫ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, ଦିନକରେ ଆଖି ବୁଜିଲେ ଏତିକି ସଂକ୍ରମିତ
Advertisement

ଗୁଡ୍ ନ୍ୟୁଜ: ଦେଶରେ ୧୨୫ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, ଦିନକରେ ଆଖି ବୁଜିଲେ ଏତିକି ସଂକ୍ରମିତ

ସକ୍ରିୟ ମାମଲା ଅର୍ଥାତ ଚିକିତ୍ସା କରୁଥିବା ରୋଗୀମାନଙ୍କ ବିଷୟରେ ଆଲୋଚନା କରିବା ତ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬,୩୨୨ ମାମଲା ହ୍ରାସ ଘଟିଛି । ବର୍ତ୍ତମାନ ଦେଶରେ ୩ ଲକ୍ଷ ୯୯ ହଜାର ୯୯୮ ସଂକ୍ରମିତ ଲୋକ ଚିକିତ୍ସିତ ହେଉଛନ୍ତି । 

ଗୁଡ୍ ନ୍ୟୁଜ: ଦେଶରେ ୧୨୫ ଦିନ ପରେ କୋରୋନାର ସବୁଠାରୁ କମ୍ ମାମଲା ଚିହ୍ନଟ, ଦିନକରେ ଆଖି ବୁଜିଲେ ଏତିକି ସଂକ୍ରମିତ

ନୂଆଦିଲ୍ଲୀ: Coronavirus in India: ଦେଶରେ ତୃତୀୟ ଲହରର (Third Wave of COVID-19) ଆଶଙ୍କା ମଧ୍ୟରେ ଆଶ୍ୱସ୍ତିକର ଖବର ସାମ୍ନାକୁ ଆସିଛି । ଦେଶରେ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୦,୦୯୩ ଜଣ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହି ସମୟ ମଧ୍ୟରେ ୪୫,୨୫୪ ଲୋକ କୋରୋନାକୁ ମାତ୍ ଦେଇଛନ୍ତି । ଗତ ୨୪ ଘଣ୍ଟା ସଂକ୍ରମଣ ହେତୁ ୩୭୪ ଜଣଙ୍କର ମୃତ୍ୟୁ ଘଟିଛି ।

ନୂତନ ସଂକ୍ରମିତ ବିଷୟରେ କହିବାକୁ ଗଲେ, ଗତ ୧୨୫ ଦିନ ମଧ୍ୟରେ ଏହି ସଂଖ୍ୟା ସର୍ବନିମ୍ନ ଅଟେ । ଏହାପୂର୍ବରୁ ମାର୍ଚ୍ଚ ୧୬ରେ ୨୮,୮୬୯ କୋରୋନା ମାମଲା ଚିହ୍ନଟ  ହୋଇଥିଲା । ସେହିଭଳି ଦୈନିକ ମୃତ୍ୟୁ ସଂଖ୍ୟା ମଧ୍ୟ ହ୍ରାସ ପାଇଛି । ଗତ ୧୧୧ ଦିନ ମଧ୍ୟରେ ଏହି ସଂଖ୍ୟା ମଧ୍ୟ ସର୍ବନିମ୍ନ ଅଟେ । ଏହାପୂର୍ବରୁ ମାର୍ଚ୍ଚ ୩୦ରେ ୩୫୫ ଜଣ ସଂକ୍ରମିତଙ୍କର ମୃତ୍ୟୁ ହୋଇଥିଲା ।

ଅଧିକ ପଢ଼ନ୍ତୁ:-SBI ର ୪୪ କୋଟି ଗ୍ରାହକଙ୍କ ପାଇଁ ଖୁସି ଖବର: ବ୍ୟାଙ୍କ ଆପଣଙ୍କ ଘରକୁ ପଠାଇବ ୨୦୦୦ ଟଙ୍କା ପର୍ଯ୍ୟନ୍ତ ନଗଦ, ଜାଣନ୍ତୁ କିପରି?

ସକ୍ରିୟ ମାମଲା ଅର୍ଥାତ ଚିକିତ୍ସା କରୁଥିବା ରୋଗୀମାନଙ୍କ ବିଷୟରେ ଆଲୋଚନା କରିବା ତ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୬,୩୨୨ ମାମଲା ହ୍ରାସ ଘଟିଛି । ବର୍ତ୍ତମାନ ଦେଶରେ ୪ ଲକ୍ଷ ୬ ହଜାର ୧୩୦ ସଂକ୍ରମିତ ଲୋକ ଚିକିତ୍ସିତ ହେଉଛନ୍ତି । ଗତ ୧୧୭ ଦିନ ମଧ୍ୟରେ ଏହି ସଂଖ୍ୟା ମଧ୍ୟ ସର୍ବନିମ୍ନ ଅଟେ । ଏହାପୂର୍ବରୁ ମାର୍ଚ୍ଚ ୨୪ରେ ଦେଶରେ ୩.୯୧ ଲକ୍ଷ ସକ୍ରିୟ ମାମଲା ରହିଥିଲା ।

ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୧୧ ଲକ୍ଷ ୪୪ ହଜାର ୭୪ ହଜାର ୩୨୨ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୩ ଲକ୍ଷ ୫୩ ହଜାର ୭୧୦ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୪ ଲକ୍ଷ ୬ ହଜାର ୧୩୦ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୧୪ ହଜାର ୪୮୨ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । 

ଦେଶରେ ଆଜି ମଧ୍ୟ କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟା ଅଧିକ ରହିଛି । ଜୁଲାଇ ୧୮ ପର୍ଯ୍ୟନ୍ତ ସାରା ଦେଶରେ ୪୧ କୋଟି ୧୮ ଲକ୍ଷ ୪୬ ହଜାର ୪୦୧ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୫୨ ଲକ୍ଷ ୬୭ ହଜାର ୩୦୯ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୪ କୋଟି ୭୩ ଲକ୍ଷ ୪୧ ହଜାର ୧୩୩ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୭ ଲକ୍ଷ ୯୨ ହଜାର ୩୩୬ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତରୁ କମ୍ ରହିଛି ।

ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୩ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ଦେଢ଼ ପ୍ରତିଶତରୁ କମ୍ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଷଷ୍ଠ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।

୮ଟି ରାଜ୍ୟରେ ଲକଡାଉନ୍ ପରି ପ୍ରତିବନ୍ଧକ

ଦେଶର ୮ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକଡାଉନ୍ ଭଳି ପ୍ରତିବନ୍ଧକ ଅଛି । ଏଥିମଧ୍ୟରେ ପଶ୍ଚିମବଙ୍ଗ, ହିମାଚଳ ପ୍ରଦେଶ, ଝାଡଖଣ୍ଡ, ଓଡିଶା, ତାମିଲନାଡୁ, ମିଜୋରାମ, ଗୋଆ ଏବଂ ପୁଡୁଚେରୀ ଅନ୍ତର୍ଭୁକ୍ତ ରହିଛି । ପୂର୍ବ ଲକଡାଉନ୍ ପରି ଏଠାରେ କଡା ପ୍ରତିବନ୍ଧକ ଲଗାଯାଇଛି ।

ଅଧିକ ପଢ଼ନ୍ତୁ:-ଏହି ସରକାରୀ କର୍ମଚାରୀଙ୍କ ଅବସର ପ୍ରକ୍ରିୟା ଆରମ୍ଭ କରିବାକୁ ଆଦେଶ

୨୩ଟି ରାଜ୍ୟ /କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ଲକଡାଉନ୍ 

ଦେଶର ୨୩ଟି ରାଜ୍ୟ ତଥା କେନ୍ଦ୍ର ଶାସିତ ଅଞ୍ଚଳରେ ଆଂଶିକ ତାଲା ପଡିଛି । ଏଠାରେ ପ୍ରତିବନ୍ଧକ ସହିତ ରିହାତି ମଧ୍ୟ ଅଛି । ଏଥିମଧ୍ୟରେ ଛତିଶଗଡ, କର୍ଣ୍ଣାଟକ, କେରଳ, ବିହାର, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ, ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ହରିୟାଣା, ପଞ୍ଜାବ, ଜମ୍ମୁ-କଶ୍ମୀର, ଲଦାଖ, ଉତ୍ତରପ୍ରଦେଶ, ଅରୁଣାଚଳ ପ୍ରଦେଶ, ସିକ୍କିମ, ମେଘାଳୟ, ନାଗାଲାଣ୍ଡ, ଆସାମପୁର ପ୍ରଦେଶ ଏବଂ ଗୁଜରାଟ ଅନ୍ତର୍ଭୁକ୍ତ ରହିଛି ।

ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍