ପୁଣି ଚିନ୍ତା ବଢ଼ାଇଲା କୋରୋନା: ଦେଶରେ ଦିନକରେ ଚିହ୍ନଟ ହେଲେ ଏତିକି ମାମଲା, ୪୯୭ ସଂକ୍ରମିତଙ୍କ ମୃତ୍ୟୁ
Coronavirus in India: ଦେଶର ପୁଣି କୋରୋନା ମାମଲାରେ ବୃଦ୍ଧି ରେକର୍ଡ କରାଯାଇଛି । ବୁଧବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୩୫୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୯୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟ
ନୂଆଦିଲ୍ଲୀ: Coronavirus in India: ଦେଶର ପୁଣି କୋରୋନା ମାମଲାରେ ବୃଦ୍ଧି ରେକର୍ଡ କରାଯାଇଛି । ବୁଧବାର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସର୍ବଶେଷ ତଥ୍ୟ ଅନୁଯାୟୀ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୮ ହଜାର ୩୫୩ ନୂତନ କୋରୋନା ମାମଲା ଚିହ୍ନଟ ହୋଇଛି । ଏହାସହ ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୯୭ ଜଣ ସଂକ୍ରମିତଙ୍କର ମୃତ୍ୟୁ ଘଟିଛି । ସେପଟେ ଭଲ ଖବର ଏହା ଯେ, ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୪୦,୦୧୩ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଅର୍ଥାତ ଗତକାଲି ୨,୧୫୭ ସଂକ୍ରମିତ ମାମଲା ହ୍ରାସ ପାଇଛି ।
ସେପଟେ ଦେଶରେ ବର୍ତ୍ତମାନ ସୁଦ୍ଧା ମୋଟ ୩ କୋଟି ୨୦ ଲକ୍ଷ ୩୬ ହଜାର ୫୧୧ କୋରୋନା ମାମଲା ଚିହ୍ନଟ ହୋଇସାରିଛି । ସେଥି ମଧ୍ୟରୁ ମୋଟ ୩ କୋଟି ୧୨ ଲକ୍ଷ ୨୦ ହଜାର ୯୮୧ ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ବର୍ତ୍ତମାନ ସମୟରେ ଦେଶରେ ମୋଟ ୩ ଲକ୍ଷ ୮୬ ହଜାର ୩୫୧ କୋରୋନାର ସକ୍ରିୟ ମାମଲା ରହିଛି । ସେହିପରି ଦେଶରେ ବର୍ତ୍ତମାନ ପର୍ଯ୍ୟନ୍ତ ମୋଟ ୪ ଲକ୍ଷ ୨୯ ହଜାର ୧୭୯ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।
ଅଧିକ ପଢ଼ନ୍ତୁ:-ଏହି କାରଣରୁ ଶାରୀରିକ ସମ୍ପର୍କ ସ୍ଥାପନ କରିବାକୁ ସଙ୍କୋଚ କରନ୍ତି ମହିଳା
ମଙ୍ଗଳବାର କେରଳରେ ୨୧,୧୧୯ ନୂଆ କୋରୋନା ମାମଲା ଚିହ୍ନଟ ହୋଇଛି । ଏହା ପରେ ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୩୫,୮୬,୬୯୩କୁ ବୃଦ୍ଧି ପାଇଛି । ରାଜ୍ୟରେ ସଂକ୍ରମଣ ହାର ପ୍ରାୟ ୧୬ ପ୍ରତିଶତରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ଏହି ମହାମାରୀ ହେତୁ ୧୫୨ ଜଣଙ୍କର ମୃତ୍ୟୁ ଘଟିଛି ଯାହା ପରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୮,୦୦୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮,୪୯୩ ଲୋକ ସଂକ୍ରମଣ ମୁକ୍ତ ହୋଇଛନ୍ତି । ଏହା ପରେ ରାଜ୍ୟରେ କୋଭିଡ-19ରୁ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ୩୩,୯୬,୧୮୪କୁ ବୃଦ୍ଧି ପାଇଛି ।
ଅଧିକ ପଢ଼ନ୍ତୁ:-ଜାରି ହେଲା ଆଜିର ଡିଜେଲ-ପେଟ୍ରୋଲର ନୂଆ ଦାମ୍, ଚେକ୍ କରନ୍ତୁ ଆପଣଙ୍କ ସହରରେ କ'ଣ ରହିଛି ରେଟ୍
ମଙ୍ଗଳବାର କେରଳରେ ୨୧,୧୧୯ ନୂଆ କୋରୋନା ମାମଲା ଚିହ୍ନଟ ହୋଇଛି । ଏହା ପରେ ରାଜ୍ୟରେ ମୋଟ ସଂକ୍ରମିତ ସଂଖ୍ୟା ୩୫,୮୬,୬୯୩କୁ ବୃଦ୍ଧି ପାଇଛି । ରାଜ୍ୟରେ ସଂକ୍ରମଣ ହାର ପ୍ରାୟ ୧୬ ପ୍ରତିଶତରେ ପହଞ୍ଚିଛି । ଗତ ୨୪ ଘଣ୍ଟା ମଧ୍ୟରେ ଏହି ମହାମାରୀ ହେତୁ ୧୫୨ ଜଣଙ୍କର ମୃତ୍ୟୁ ଘଟିଛି ଯାହା ପରେ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୧୮,୦୦୪କୁ ବୃଦ୍ଧି ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୮,୪୯୩ ଲୋକ ସଂକ୍ରମଣ ମୁକ୍ତ ହୋଇଛନ୍ତି । ଏହା ପରେ ରାଜ୍ୟରେ କୋଭିଡ-19ରୁ ସୁସ୍ଥ ହେଉଥିବା ଲୋକଙ୍କ ସଂଖ୍ୟା ୩୩,୯୬,୧୮୪କୁ ବୃଦ୍ଧି ପାଇଛି ।
ଦେଶରେ ଆଜି ପୁଣି କୋରୋନାର ନୂଆ ମାମଲା ଅପେକ୍ଷା ସୁସ୍ଥ ସଂଖ୍ୟାରେ ବୃଦ୍ଧି ଦେଖାଦେଇଛି । ଅଗଷ୍ଟ ୧୦ ପର୍ଯ୍ୟନ୍ତ ସାରା ଦେଶରେ ୫୨ କୋଟି ୯୦ ଲକ୍ଷ କୋରୋନା ଟିକାର ଡୋଜ ଲଗାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୩୭ ଲକ୍ଷ ୭୬ ହଜାର ୭୬୫ ଡୋଜ୍ ଲଗାଯାଇଛି । ଏଥି ସହିତ ଏପର୍ଯ୍ୟନ୍ତ ଦେଶରେ ପ୍ରାୟ ୪୮ କୋଟି ୫୦ ଲକ୍ଷ ୫୬ ହଜାର ୫୦୭ କୋରୋନା ପରୀକ୍ଷା କରାଯାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ପ୍ରାୟ ୧୭ ଲକ୍ଷ ୭୭ ହଜାର ୯୬୨ କୋରୋନା ନମୁନା ପରୀକ୍ଷା କରାଯାଇଛି । ଯାହାର ପଜିଟିଭିଟି ରେଟ୍ ୩ ପ୍ରତିଶତର କମ୍ ରହିଛି ।
ଅଧିକ ପଢ଼ନ୍ତୁ:-LIC ର ଏହି ପଲିସିରେ ପ୍ରତିଦିନ ୨୮ ଟଙ୍କା ନିବେଶ କରି ପାଇପାରିବେ ୨୬ ଲକ୍ଷ ଟଙ୍କା! ଜାଣନ୍ତୁ କେମିତି...
ଦେଶରେ କୋରୋନାରୁ ମୃତ୍ୟୁ ହାର ୧.୩୪ ପ୍ରତିଶତ ଥିବାବେଳେ ସୁସ୍ଥ ହାର ୯୭ ପ୍ରତିଶତରୁ ଅଧିକ ରହିଛି । ସକ୍ରିୟ ମାମଲା ୧.୨୬ ପ୍ରତିଶତ ରହିଛି । କୋରୋନା ସକ୍ରିୟ ମାମଲାରେ ଭାରତ ବିଶ୍ୱରେ ଅଷ୍ଟମ ସ୍ଥାନରେ ରହିଛି । ସଂକ୍ରମିତ ସଂଖ୍ୟା ଦୃଷ୍ଟିରୁ ଭାରତ ଦ୍ୱିତୀୟ ସ୍ଥାନରେ ରହିଛି । ଆମେରିକା, ବ୍ରାଜିଲ ପରେ ବିଶ୍ୱରେ ଭାରତରେ ମୃତ୍ୟୁ ସଂଖ୍ୟା ସର୍ବାଧିକ ।