ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୧୫୦୪ କୋରୋନା ସଂକ୍ରମିତ
Advertisement

ଭଲ ଖବର: ରାଜ୍ୟରେ ଗୋଟିଏ ଦିନରେ ସୁସ୍ଥ ହେଲେ ପୁଣି ୧୫୦୪ କୋରୋନା ସଂକ୍ରମିତ

ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୩,୦୭,୦୦୪ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୪୯୫ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି ।

ପ୍ରତୀକାତ୍ମକ ଫଟୋ

ଭୁବନେଶ୍ୱର: CoronaVirus in Odisha: ସାରା ରାଜ୍ୟରେ କୋରୋନା ଭୂତାଣୁ ମାମଲାରେ କମି ଦେଖାଦେଇଛି । ବିଗତ କିଛି ଦିନ ଧରି ଓଡ଼ିଶାରେ କ୍ରମାଗତ ସଂକ୍ରମିତ ମାମଲାରେ ହ୍ରାସ ରେକର୍ଡ କରାଯାଇଛି । ତଥାପି କୋରୋନା ସଙ୍କଟ ଜାରି ରହିଛି । ଏହା ମଧ୍ୟରେ ରାଜ୍ୟବାସୀଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଏହା ଯେ ରାଜ୍ୟରେ ଲଗାତର ସଂକ୍ରମିତଙ୍କ ସୁସ୍ଥ ହାରରେ ସୁଧାର ଆସୁଛି । ଏହି କ୍ରମରେ ଶୁକ୍ରବାର ରାଜ୍ୟରେ ପୁଣି ୧୫୦୪ ଜଣ କୋରୋନା ସଂକ୍ରମିତ (COVID-19 Positive) ସୁସ୍ଥ ହୋଇଛନ୍ତି ।  ଯାହା ପରେ ରାଜ୍ୟରେ ବର୍ତ୍ତମାନ ଯାଏ ୩,୦୭,୦୦୪ ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ତରଫରୁ ଟ୍ୱିଟ୍ କରି ସୂଚନା ପ୍ରଦାନ କରାଯାଇଛି । 

ଅଧିକ ପଢ଼ନ୍ତୁ:-କୋରୋନା ମୁକାବିଲାରେ ଭାରତ ଉଦ୍ୟମକୁ ଭୁରି ଭୁରି ପ୍ରଶଂସା କଲା WHO

ଅଧିକ ପଢ଼ନ୍ତୁ:-ନିଜ ପ୍ରିୟ କୁକୁରର ୫୦ ଫୁଟ ଉଚ୍ଚ 'ସୁନା' ପ୍ରତିମୂର୍ତ୍ତି ସ୍ଥାପନ କଲେ ଏହି ରାଷ୍ଟ୍ରପତି

ଅନ୍ୟପକ୍ଷେ ରାଜ୍ୟ ସରକାରଙ୍କ ଦ୍ୱାରା ସବିଶେଷ ତଥ୍ୟ ଅନୁସାରେ, ଆଜି ସକାଳ ସୁଦ୍ଧା ରାଜ୍ୟରେ ମୋଟ ୩,୦୭,୦୦୪ କୋରୋନା ସଂକ୍ରମିତ (COVID-19 Positive) ଚିହ୍ନଟ ହୋଇଛନ୍ତି । ଏଥିରୁ ୧୪୯୫ ଜଣ କୋରୋନା ସଂକ୍ରମିତଙ୍କ ମୃତ୍ୟୁ ଘଟିଛି । ୨,୯୩,୭୪୧ ଜଣ କୋରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହା ବ୍ୟତୀତ ରାଜ୍ୟରେ ମୋଟ ୧୧,୭୧୫ ସକ୍ରିୟ ସଂକ୍ରମିତ ମାମଲା ରହିଛି ।