• ପୁଣି କମିଲା ସୁନା-ରୁପା ଦର, ଜାଣନ୍ତୁ ଆଜିର ରେଟ୍
  • IPL 2020: ଆଜି ଆରସିବି - ମୁମ୍ବାଇ ମୁହାଁମୁହିଁ
  • କଟକଣା ମଧ୍ୟରେ ଆରମ୍ଭ ହେବ ପରୀକ୍ଷା ଓ ନାମଲେଖା
  • ବିଜୁ ଯୁବ ଜନତା ଦଳର ଜେନେରାଲ ସେକ୍ରେଟାରୀ ଭାବେ ନିଯୁକ୍ତି ପାଇଥିବା କଳ୍ପତରୁ ଓଝାଙ୍କୁ ନିଲମ୍ବିତ କଲେ ସଭାପତି ନବୀନ ପଟ୍ଟନାୟକ ।
  • କଟକରେ ଭାଙ୍ଗିଲା ରେଳବାଇ କ୍ରସିଂ ଆଙ୍ଗେଲ୍‌, ୧୬ ନମ୍ବର ଜାତୀୟ ରାଜପଥରେ ଯାନବାହନ ଚଳାଚଳ ବାଧାପ୍ରାପ୍ତ ।
  • ଆଠଗଡ଼ରେ ଥିବା ସିମେଣ୍ଟ କାରଖାନାରେ ଦୁର୍ଘଟଣା, ଜଣେ ଶ୍ରମିକ ମୃତ
  • ବିଧାନସଭା ଆରମ୍ଭ ହେବା ପୂର୍ବରୁ ବିଜେଡ଼ି ବିଧାୟକ ଦଳ ବୈଠକ
  • ହାଇକୋର୍ଟରେ ଯାଜପୁର ବିରଜା ମନ୍ଦିର ରଥଯାତ୍ରା ମାମଲା । ଜିଲ୍ଲାପାଳ ଓ ଏସପିଙ୍କୁ ହାଇକୋର୍ଟଙ୍କ ରିପୋର୍ଟ ତଲବ । ଅକ୍ଟୋବର ୮କୁ ଘୁଞ୍ଚିଲା ଶୁଣାଣୀ ।
  • ଉଲ୍ଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କ ନିୟମିତ ଜାମିନ ଖାରଜ ।
  • ୩ ମାସ ପାଇଁ ଅନ୍ତରୀଣ ଜାମିନ ମଞ୍ଜୁର, ୧ ଅକ୍ଟେବରରୁ ୩ ମାସ ଅନ୍ତରୀଣ ଜାମିନରେ ଦୀପକ ।

COVID19: ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦେଲା ଖୁସି ଖବର

ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି, ଏବେ ବି ଏମିତି କିଛି ରାଜ୍ୟ ଅଛି ଯେଉଁଠି ଲଗାତାର ଭାବେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । ବିଶେଷଭାବେ ସଂକ୍ରମଣ ଏବେ ୧୦ ରାଜ୍ୟରେ କେନ୍ଦ୍ରିତ ହେଉଛି ।

COVID19: ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଦେଲା ଖୁସି ଖବର
ଫାଇଲ ଫଟୋ

ନୂଆଦିଲ୍ଲୀ: ଦେଶବ୍ୟାପୀ କଡ଼ା କଟକଣା ଭିତରେ ମଧ୍ୟ କୋରୋନା ସଂକ୍ରମଣ ଦ୍ରୁତ ଗତିରେ ବୃଦ୍ଧିପାଉଛି । କୋରୋନାକୁ ନିୟନ୍ତ୍ରଣକୁ ଆଣିବା ଏବେ ସବୁଠୁ ବଡ଼ ଚ୍ୟାଲେଞ୍ଜ ପାଲଟିଛି । ତେବେ ଏସବୁ ଭିତରେ ଏକ ଭଲ ଖବରର ସଙ୍କେତ ଦେଇଛି ସ୍ୱାସ୍ଥ୍ୟ ମନ୍ତ୍ରାଳୟ । ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି, ଦେଶରେ ଏବେ ୧୫ଲକ୍ଷରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ସୁସ୍ଥ ହେଲେଣି । ଖୁବଶୀଘ୍ର ସ୍ଥିତି ନିୟନ୍ତ୍ରଣକୁ ଆସିଯିବ । 

ସ୍ୱାସ୍ଥ୍ୟ ମନ୍ତ୍ରାଳୟ କହିଛି, ଏବେ ବି ଏମିତି କିଛି ରାଜ୍ୟ ଅଛି ଯେଉଁଠି ଲଗାତାର ଭାବେ କୋରୋନା ସଂକ୍ରମଣ ବୃଦ୍ଧି ପାଉଛି । ବିଶେଷଭାବେ ସଂକ୍ରମଣ ଏବେ ୧୦ ରାଜ୍ୟରେ କେନ୍ଦ୍ରିତ ହେଉଛି । ଆହୁରି ସ୍ପଷ୍ଟ ଭାବେ କହିବାକୁ ଗଲେ, ଏହି ୧୦ ରାଜ୍ୟରେ ନୂଆ ମାମଲା ୮୦ ପ୍ରତିଶତରୁ ଅଧିକ ରହିଛି । ତେବେ ଏହାକୁ ନିୟନ୍ତ୍ରଣକୁ ଆଣିବା ପାଇଁ ପ୍ରୟାସ ଜାରି ରହିଥିବା ମନ୍ତ୍ରାଳୟ ପକ୍ଷରୁ କୁହାଯାଇଛି । 

କହିରରଖୁଛୁ, ଏବେ ଦେଶବ୍ୟାପୀ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୧ଲକ୍ଷ ପାର କରିଛି । କିନ୍ତୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, ଆକ୍ରାନ୍ତଙ୍କ ମଧ୍ୟରୁ ୧୫ଲକ୍ଷରୁ ଉର୍ଦ୍ଧ୍ୱ ସୁସ୍ଥ ମଧ୍ୟ ହୋଇସାରିଲେଣି । ସେହିପରି ୪୩ ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତଙ୍କ ମୃତ୍ୟୁ ମଧ୍ୟ ହେଲାଣି । ଭାରତ ସରକାରଙ୍କ ତମାମ ପ୍ରୟାସ ଭିତରେ ମଧ୍ୟ ସଂକ୍ରମଣ ବୃଦ୍ଧି ପାଇଚାଲିଛି । 

ଯଦି ମହାରାଷ୍ଟ୍ର କଥା ଦେଖିବା, କୋରୋନା ଯୋଗୁ ଏହି ରାଜ୍ୟ ସର୍ବାଧିକ ପ୍ରଭାବିତ ହୋଇଛି । ମହାରାଷ୍ଟ୍ରରେ ଏପର୍ଯ୍ୟନ୍ତ ୫ଲକ୍ଷରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ ହେଲେଣି । ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ପାଖାପାଖି ୧୮ ହଜାର ରହିଛି । 

ସେହିପରି ଗତ ୨୪ ଘଣ୍ଟାରେ କର୍ଣ୍ଣାଟକରେ ୫୯୮୫ ନୂଆ ମାମଲା ସାମ୍ନାକୁ ଆସିଛି । ଅନ୍ୟପଟେ ୧୦୭ ଜଣଙ୍କ ମୃତ୍ୟୁ ମଧ୍ୟ ହେଇଛି । ଗୁରୁତ୍ୱପୂର୍ଣ୍ଣ କଥା ହେଉଛି, କର୍ଣ୍ଣାଟକରେ ଏପର୍ଯ୍ୟନ୍ତ ଆକ୍ରାନ୍ତଙ୍କ ସଂଖ୍ୟା ୧.୭୮ଲକ୍ଷ ହେଲାଣି । ତେବେ ଆକ୍ରାନ୍ତଙ୍କ ମଧ୍ୟରୁ ୯୪ ହଜାର ସୁସ୍ଥ ହୋଇସାରିଛନ୍ତି । ଅନ୍ୟପଟେ ଏବେବି ୮୦ ହଜାରରୁ ଉର୍ଦ୍ଧ୍ୱ ଆକ୍ଟିଭ କେସ ରହିଛି ।